ବିପଦସଂକେତ ଟପିଲା ଜଳକା

ବସ୍ତା,୧୯ା୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାର ବିଭିନ୍ନ ନଦୀରେ ଏବର୍ଷର ପ୍ରଥମ ବନ୍ୟାଜଳ ଆସିଛି। ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଗଙ୍ଗାହାର ନଦୀରେ ଜଳପତ୍ତନ ବୃଦ୍ଧି ପାଇଥିବା ବେଳେ ଜଳକା ନଦୀରେ ବନ୍ୟାଜଳ ରବିବାର ବିପଦ ସଂକେତ ଅତିକ୍ରମ କରିଛି। ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର। ମଧ୍ୟାହ୍ନରୁ ବନ୍ୟାଜଳ ବିପଦସଂକେତ ଟପି ପ୍ରବାହିତ ହେବାରେ ଲାଗିଛି। ସନ୍ଧ୍ୟା ୬ଟା ସୁଦ୍ଧା ଜଳସ୍ତର ୬.୧୭ମିଟର ଛୁଇଁଛି। ନଦୀରେ ଘଣ୍ଟାପ୍ରତି ଜଳସ୍ତର ୦.୦୮ମିଟର ବୃଦ୍ଧିପାଉଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖାଦେଇଛି।
ପ୍ରଶାସନ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲାରେ ଅତ୍ୟଧିକ ବର୍ଷା ହେବା ଯୋଗୁ ନଦୀର ଜଳସ୍ତର କ୍ରମେ ବୃଦ୍ଧି ପାଇ ଚାଲିଛି। ରବିବାର ବର୍ଷା ପରିମାଣ ହ୍ରାସ ପାଇବାରୁ ସେଭଳି ବଡ ଧରଣର ବନ୍ୟା ଆଶଙ୍କା ନ ଥିବା କୁହାଯାଉଛି। ଏବେ ନଦୀରେ ଆସିଥିବା ବନ୍ୟାଜଳ ଚାଷ ପାଇଁ ଉପଯୋଗୀ ହେବ ବୋଲି ଅନେକ ଚାଷୀ ମତବ୍ୟକ୍ତ କରିଛନ୍ତି। ପୂର୍ବରୁ ବନ୍ଦ ଥିବା ମଥାନୀସ୍ଥିତ ଜଳକା ପ୍ରୋଜେକ୍ଟର ସମସ୍ତ ଗେଟ ରବିବାର ଖୋଲି ଦିଆଯାଇଛି ା ଖବର ଲେଖା ହେବା ବେଳକୁ ନଦୀର ଜଳ ସ୍ତର କମିବା ଆରମ୍ଭ କରିଥିବା ବିଭାଗ ପକ୍ଷରୁ କୁହାଯାଇଛି। ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେବା ଯୋଗୁ କେତେକ ନଦୀକୂଳିଆ ଗ୍ରାମର ଚାଷ ଜମିରେ ପାଣି ମାଡିଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri