ବିପଦସଙ୍କୁଳ ଅବସ୍ଥାରେ ୩୩ କେଭି ବିଦ୍ୟୁତ୍‌ ତାର

ଚୌଦ୍ୱାର,୧୫।୩(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା କପାଳେଶ୍ୱର ୟୁ.ପି. ସ୍କୁଲ ଠାରୁ ୪ନଂ. ଓ୍ବାର୍ଡ ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ତାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ତାରକୁ ସ୍ଥାନାନ୍ତର ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଚୌଦ୍ୱାର ସେସୁ ଅଧିକାରୀଙ୍କୁ ଅବଗତ କରାଇଥିଲେ ମଧ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।

ସୂଚନାଥାଉ କି, ଏହି ୩୩ କେଭି ତାର ପ୍ରାଥମିକ ବିଦ୍ୟାଳୟ ପରିସର, ମନ୍ଦିର, ବାଳିକା ବିଦ୍ୟାଳୟ ପରିସର ଓ ଲୋକଙ୍କ ଘର ଉପରେ ଯାଇଛି। ଫଳରେ ବର୍ଷା ଓ ପବନ ସମୟରେ ତାରକୁ ତାର ଘଷିହୋଇ ନିଅଁାଝୁଲ ଖସିବା ସହିତ ଶର୍ଟ ସର୍କିଟ ହୋଇ ଘରେ ଥିବା ବିଦ୍ୟୁତ୍‌ ସାମଗ୍ରୀ ନଷ୍ଟ ହେଉଛି। ତୁରନ୍ତ ବିଭାଗୀୟ କର୍ତ୍ତୃପକ୍ଷ ଏହି ଉଚ୍ଚ ଶକ୍ତିସମ୍ପନ୍ନ ତାରକୁ ସ୍ଥାନାନ୍ତର ନ କରାଇଲେ ଆଗାମୀ ଦିନରେ ଓ୍ବାର୍ଡବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ବିମଳ ବେଉରା, ମହେଶ୍ୱର ସାହୁ, ଜିତେନ୍ଦ୍ର ବେଉରା, ପୂର୍ଣ୍ଣଚନ୍ଦ୍ର ବେହେରା, ଶ୍ରୀକାନ୍ତ ଶତପଥୀ, ମୁରଲୀଧର ବେଉରା, ଆଲୋକ ମିଶ୍ର, ହରିହର ବେଉରା ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ କଟକସ୍ଥିତ ସେସୁ ମୁଖ୍ୟ କାର୍ଯ୍ୟାଳୟ ନିର୍ବାହୀ ଅଧିକାରୀ ଅମରଜିତ୍‌ ପଟ୍ଟନାୟକ କହିଛନ୍ତି, ସ୍ଥାନାନ୍ତରର ଆବଶ୍ୟକତା ରହିଛି। ଅଣ୍ଡର ଓ୍ବାରିଂ ମାଧ୍ୟମରେ ତାର ବିଛାଯିବ। ଗତ ଏକମାସ ପୂର୍ବରୁ ଏଥିଲାଗି ପ୍ରାୟ ୭୮ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଏକ ପ୍ରସ୍ତାବ ଉପରିସ୍ଥ ଅଧିକାରୀଙ୍କୁ ଦିଆଯାଇଛି ା ସ୍ଥାନୀୟ ଲୋକେ ସାହାଯ୍ୟ କଲେ କାମ ସମ୍ପୂର୍ଣ୍ଣ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri