ବିପଦସଙ୍କୁଳ ରାମିଆଳ ସେତୁ

କାମାକ୍ଷାନଗର, ୨୩।୬(ଡି.ଏନ୍‌.ଏ.) – କାମାକ୍ଷାନଗର ସଦରରୁ ପରଜଙ୍ଗକୁ ସଂଯୋଗ କରୁଥିବା ୫୩ନଂ. ଜାତୀୟ ରାଜପଥର ଆଳତୁମାଠାରେ ରାମିଆଳ ନଦୀ ଉପରେ ନିର୍ମାଣ ସେତୁ ବିପଦସଙ୍କୁଳ ହୋଇପଡ଼ିଛି। ଖାଲଖମାରେ ଭର୍ତ୍ତି ହୋଇ ପଡ଼ିଥିବା ବ୍ରିଜ୍‌ ମରଣଯନ୍ତା ପାଲଟିଛି। ସାମାନ୍ୟ ବର୍ଷାରେ ସେତୁ ଉପରେ ଜମିରହୁଛି ପାଣି। ଯାତ୍ରୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଥିବାବେଳେ ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି।
ରକ୍ଷଣାବେକ୍ଷଣ ଅଭାବରୁ ରାମିଆଳ ବ୍ରିଜ୍‌ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେତୁରେ ସୃଷ୍ଟି ହୋଇଥିବା ଗର୍ତ୍ତରେ ବର୍ଷାପାଣି ଭର୍ତ୍ତି ହୋଇରହୁଛି। ବାଇକ୍‌ ଏବଂ ସାଇକେଲ ଆରୋହୀ ଜାଣି ନ ପାରି ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଗାଡ଼ି ଯାତାୟାତ ବେଳେ ପଥଚାରୀଙ୍କ ଉପରେ ପାଣି ଛିଟିକି ପଡୁଛି। କାମାକ୍ଷାନଗରରୁ ଯାଜପୁର ଏବଂ ଅନୁଗୋଳ ଯିବାକୁ ଏହି ରାସ୍ତା ପ୍ରମୁଖ ମାଧ୍ୟମ। ଏହି ବାଟ ଦେଇ ଦୈନିକ ଶତାଧିକ ବସ, ଭାରିଯାନ ଚଳାଚଳ କରିଥାଏ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ଏହାର ମରାମତି ଦିଗରେ ଧ୍ୟାନ ଦେଉ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଛି।
ଏ ନେଇ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚର୍ଯ୍ୟ କୁହନ୍ତି, ଏନ୍‌ଏଚ୍‌ଏଆଇ ସେତୁର ରକ୍ଷଣାବେକ୍ଷଣ ଦାୟିତ୍ୱ ନେଇଛି। ବିଭାଗ ସହିତ କଥାବାର୍ତ୍ତା କରାଯାଇ ଜମୁଥିବା ଜଳ ନିଷ୍କାସନ ବ୍ୟବସ୍ଥା କରାଯିବ। ଆବଶ୍ୟକ ମରାମତି ଲାଗି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯିବ। ଖୁବ୍‌ଶୀଘ୍ର ସମସ୍ୟା ସମାଧାନ ହୋଇଯିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri