ବିପଦ ସଙ୍କେତ ଉପରେ ମହାନଦୀ, କମେଇ : ବନ୍ୟାଜଳରେ ବୁଡ଼ିଲା ଫସଲ ଜମି

ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.): ୩ ଦିନ ଧରି ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ବନ୍ୟା ସୃଷ୍ଟି ହୋଇଛି । ମହାନଦୀର ବିପଦ ସଙ୍କେତ ଜଳପତ୍ତନ ସ୍ତର ୫.୬୭ ମିଟର ରହିଥିବାବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ୬.୮୫ ମିଟର ରହିଛି। ସେହିଭଳି କମେଇ ନଦୀର ବିପଦ ସଙ୍କେତ ଜଳପତ୍ତନ ସ୍ତର ୪୭.୪୩ ମିଟର ଥିବାବେଳେ ଏହା ବର୍ତ୍ତମାନ ୪୮.୪୫ ମିଟର ପହଞ୍ଚତ୍ଥିବା ବିଭାଗୀୟ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ । ଏବେ ମହାନଦୀର ବନ୍ୟା ଜଳ ବ୍ୟାକ ୱାଟର ଶୂଳିଆ-ଚୈତନ୍ୟପୁର-କୁମୁଣ୍ଡି ରାସ୍ତା ଉପରେ ପ୍ରବାହିତ ହେଉଥିବାବେଳେ ଦକ୍ଷିଣ ପାର୍ଶ୍ୱ ଧୋବାସାହି ନିକଟସ୍ଥ ସ୍ଲୁଇସ ଗେଟ୍‌ର ଲିକେଜ୍‌ ପାଣି ରାସ୍ତା ଉପରେ ପ୍ରବାହିତ ହେଉଛି । ମହାନଦୀ ଓ କମେଇ ବନ୍ୟାଜଳ ଆଖାପାଖର ସମସ୍ତ ଶସ୍ୟକ୍ଷେତ ଉପରେ ପ୍ରବାହିତ ହୋଇ ହାଇସ୍କୁଲ ନିକଟ ପଲ୍‌ଟନ ପଡିଆକୁ ସମ୍ପୂର୍ଣ୍ଣ ବୁଡ଼ାଇ ରଖିଛି  ଫଳରେ ସ୍ବାଧୀନତା ଦିବସ ଅବସରରେ ଏଠାରେ ଅନୁଷ୍ଠିତ ହେବାକୁ ଥିବା ପରେଡ଼ ବନ୍ଦ ରହିବା ନେଇ ଆଶଙ୍କା ସୃଷ୍ଟି ହୋଇଛି । ଘଣାଶାଳିଆ, ବାଣପୁର, ଲକ୍ଷ୍ମୀପ୍ରସାଦ, ପଥରଚକଡା ଆଦି ଅଞ୍ଚଳର ଚାଷୀଙ୍କ ବିଭିନ୍ନ ପନିପରିବା, ମକା, ଧାନ, ଆଖୁ ଆଦି ଫସଲ ବନ୍ୟାରେ ଉଜୁଡ଼ି ଯିବାର ଆଶଙ୍କା ଦେଖାଦେଇଛି। ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଚିନ୍ମୟ ରଞ୍ଜନ ରାଉତ, ନୟାଗଡ଼ ଜଳ ସମ୍ପଦ ନିର୍ବାହୀ ଯନ୍ତ୍ରୀ ଅମରେନ୍ଦ୍ର ପ୍ରସାଦ ମହାପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ଦୀନବନ୍ଧୁ ରାଉତ ପ୍ରମୁଖ ବନ୍ୟା ପ୍ରଭାବିତ ପଦ୍ମାବତୀ, କରବର, ବଡବର, ମାଧପୁର, ପଥରଚକଡା, ଧାନଚେଙ୍ଗଡା, କଣ୍ଟିଲୋ, ବାଣପୁର ସିଧାମୂଳା ଆଦି ଅଞ୍ଚଳ ପରିଦର୍ଶନ କରିଛନ୍ତି। ବନ୍ୟାରେ ସେପରି କିିଛିି ବିପଦ ନ ଥିବା କଣ୍ଟିଲୋ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ଶଙ୍କର ଦଳେଇ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri