Posted inଜାତୀୟ

ବିପଦ ସଙ୍କେତ ଉପରେ ଯମୁନା: ୧୦ହଜାର ଲୋକଙ୍କୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୨୦।୮: ଦିଲ୍ଲୀର ଯମୁନା ନଦୀରେ ମଙ୍ଗଳବାର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହି ହେଉଛି। ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ଏହା ୨୦୫.୩୩ ମିଟରରୁ ବୃଦ୍ଧି ପାଇ ୨୦୫.୯୪ ମିଟର ପର୍ଯ୍ୟନ୍ତ ପହଞ୍ଚିଛି। ଏହାପରେ ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳରେ ରହୁଥିବା ୧୦ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି। ଏଥିସହ ବନ୍ୟା ସହ ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୃତ ରହିଛନ୍ତି ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି। ସେହିପରି ଯମୁନା ନଦୀରେ ବଢ଼ୁଥିବା ଜଳସ୍ତରକୁ ଦେଖି ଦିଲ୍ଲୀ ସହ ହରିୟାଣାରେ ମଧ୍ୟ ଆଲର୍ଟ ଜାରି କରାଯାଇଛି। ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଯମୁନା ନଗର, କୁଥେଲ, କୁରୁକ୍ଷେତ୍ର, କରନାଲ, ପାନୀପତ ଓ ସୋନିପତର ଡେପୁଟି କମିଶନରଙ୍କ ସହ ଏନେଇ ଆଲୋଚନା କରିଛନ୍ତି। ଏଥିସହ ବନ୍ୟା ସମ୍ଭାବନା ଥିବା ଅଞ୍ଚଳଗୁଡିକର ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯିବା ନେଇ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri