Posted inଜାତୀୟ

ବିପଦ ସାଜିବେ ସହର ଫେରନ୍ତା: ଆଗକୁ ଗାଁରେ ବିସ୍ଫୋରକ ସ୍ଥିତି

ନୂଆଦିଲ୍ଲୀ,୨୫।୫: କରୋନା ଲକ୍‌ଡାଉନ ଯୋଗୁ ସହରରେ ଜୀବିକା ହରାଇ ଗାଁକୁ ଫେରିବାରେ ଲାଗିଛନ୍ତି ଦାଦନ ଶ୍ରମିକ। ପୂର୍ବରୁ କେବଳ ସହରାଞ୍ଚଳରେ କରୋନା ବ୍ୟାପୁଥିବାବେଳେ ଏବେ ପ୍ରବାସୀଙ୍କ ଘରବାହୁଡ଼ା ଗ୍ରାମାଞ୍ଚଳରେ ବିପଦ ସୃଷ୍ଟି କରିଛି। ଏହା ଗାଁଗୁଡ଼ିକରେ ସଂକ୍ରମଣ ବୃଦ୍ଧିର କାରଣ ସାଜିବ ବୋଲି କେନ୍ଦ୍ର ସରକାର ସ୍ବୀକାର କରିଛନ୍ତି। ତେବେ ପ୍ରବାସୀଙ୍କ ଗଣପଳାୟନ ଯୋଗୁ ସୃଷ୍ଟି ହେଉଥିବା ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି ଏବଂ ଏହାର ମୁକାବିଲା ପାଇଁ ସରକାର ଭିତ୍ତିଭୂମି ପ୍ରସ୍ତୁତ କରୁଥିବା ନେଇ ରବିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି।
ଭାରତରେ ୪ କୋଟି ଦାଦନ ଶ୍ରମିକ ଅଛନ୍ତି। ଲକ୍‌ଡାଉନ୍‌ କଟକଣା ଧୀରେ ଧୀରେ କୋହଳ କରାଯିବା ପରେ ୭୫ ଲକ୍ଷ ପ୍ରବାସୀ ଘରକୁ ଫେରିସାରିଛନ୍ତି। ୩୫ ଲକ୍ଷ ପ୍ରବାସୀ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ରେ ଫେରିଥିବାବେଳେ ୪୦ ଲକ୍ଷ ବସ୍‌ରେ ଫେରିଛନ୍ତି। ରେଳ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନାନୁସାରେ ମେ’ ୧ରୁ ଅଦ୍ୟାବଧି ୨,୮୧୩ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚାଲିଲାଣି। ତହିଁରୁ ୮୦% କେବଳ ୟୁପି ଓ ବିହାରକୁ ଯାଇଛି। ୟୁପିକୁ ୧,୩୦୧ ଟ୍ରେନ୍‌ ଗଡ଼ିଥିବାବେଳେ ବିହାରକୁ ୯୭୩ଟି ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଯାଇଛି। ଏହି ସମସ୍ତ ଟ୍ରେନ୍‌ ଗୁଜରାଟ, ମହାରାଷ୍ଟ୍ର ଓ ପଞ୍ଜାବରୁ ବାହାରି ଦୁଇ ରାଜ୍ୟରେ ପହଞ୍ଚତ୍ଛି। ଜୁନ୍‌ ପହିଲାରୁ ଅତିରିକ୍ତ ୨୦୦ ଟ୍ରେନ୍‌ ଚଳାଚଳ କରିବ ଏବଂ ଆଗକୁ ବସ୍‌ ସେବା ମଧ୍ୟ ସ୍ବାଭାବିକ ହେବ। ଯାତାୟାତ ସ୍ବାଭାବିକ ହେଲେ ସମସ୍ତ ପ୍ରବାସୀ ଘରେ ପହଞ୍ଚତ୍ପାରିବେ, ଯାହାକି ଗାଁଗୁଡ଼ିକରେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri