ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଜିଲା କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶିଶୁ, ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର ଓ ଗଣବଳାତ୍କାର, ଅପହରଣ, ନିଖୋଜ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବୃଦ୍ଧି ପାଉଛି। ସରକାର ଏହା ଉପରେ ରୋକ ଲଗାଇବାରେ ବିଫଳ ହୋଇଛନ୍ତି। ଏହାର ପ୍ରତିବାଦରେ ବୁଧବାର ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ଏକ ଗଣଧାରଣା ଓ ବିକ୍ଷୋଭ ଦିଆଯାଇଥିଲା। ଭୁବନେଶ୍ୱର ଏଡିଏମ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପ୍ରତିବାଦ ସଭା ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ରଶ୍ମି ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପ୍ରତିବାଦ ଓ ବିକ୍ଷୋଭକୁ ନଜରରେ ରଖି ବ୍ୟାପକ ପୋଲିସ ବ୍ୟବସ୍ଥା ଗ୍ରହଣ କରିଥିଲା। ରାଜ୍ୟରେ ପ୍ରତିଦିନ ନାରୀ ନିର୍ଯାତନା, ନାବାଳିକା ବଳାତ୍କାର, ଗଣ ବଳାତ୍କାର, ଅପହରଣ ଓ ନିଖୋଜ ଭଳି ଉଦ୍‌ବେଗଜନକ ଘଟଣା ଘଟି ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆଇନଶୃଙ୍ଖଳା ଠିକ୍‌ ଅଛି ବୋଲି ବିବୃତି ଦେଉଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଜିଲା କଂଗ୍ରେସର କାର୍ଯ୍ୟକାରୀ ସଭାପତି ମହାପାତ୍ର ଉଦ୍‌ବୋଧନ ଦେଇ କହିଥିଲେ। ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ କହିଲେ, ବିଜେଡି ସରକାରଙ୍କର ମା’କୁ ସମ୍ମାନ ନାରା ପ୍ରହସନରେ ପରିଣତ ହୋଇଛି। ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଶୁଡି ପଡିଥିବା ବେଳେ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ସୁରକ୍ଷା ଦେବାରେ ପୂରାପୂରି ବିଫଳ ହୋଇଛନ୍ତି। ଏହାକୁ ନିୟନ୍ତ୍ରଣ ନ କଲେ ଆଗାମୀଦିନରେ ରାଜ୍ୟ ପାଇଁ ବିପଦ ସୃଷ୍ଟି ହେବ। ଏହି ଅବସରରେ ଜିଲା କଂଗ୍ରେସ କମିଟି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏଡିଏମ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ସଂଗ୍ରାମ କେଶରୀ ରାଉତରାୟ, ଜାନକୀ ବଲ୍ଲଭ ପଟ୍ଟନାୟକ, ପଦ୍ମାକର ଗୁରୁ, ବିସ୍ମୟ ମହାପାତ୍ର, ଗୀତାଞ୍ଜଳି ମହାନ୍ତି, ମୋହନ ଜେନା, ଜୟକୃଷ୍ଣ ସୁବୁଦ୍ଧି, ଚିନ୍ମୟ ସୁନ୍ଦର ଦାସ, ମାନସ ଆଚାର୍ଯ୍ୟ, ରସିକ ପଟ୍ଟନାୟକ, ସିପ୍ରା ସେନାପତି, ସେକ୍‌ ଅଫତାବ ଅଲ୍ଲି, ନିରୋଦ ଗଡନାୟକ, ମନୋଜ ସାହୁ, ସଞ୍ଜୟ ନାୟକ, ସରୋଜ ମହାନ୍ତି, ଶୈଳେନ୍ଦୁ ମଜୁମଦାର, କୈଳାସ ସାହୁ, କୁସୁମ ପ୍ରଧାନ, ଜ୍ୟୋତିଷ ସାହୁ, ସଂକୁନା କହଁର, ମୁନି ଥାପା, ନିରୁପମା ପାତ୍ର, ଆଦିତ୍ୟ ସାହୁ, କ୍ଷୀରୋଦ ବାବୁ ପ୍ରମୁଖ ଶତାଧିକ କଂଗ୍ରେସ ନେତୃମଣ୍ଡଳୀ ଓ କର୍ମୀ ବିକ୍ଷୋଭ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?