ବିପର୍ଯ୍ୟୟ ମୁକାବିଲା: ଓଡ଼ିଶାକୁ ମିଳିବ ୨୧ ଶହ କୋଟି

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ପଞ୍ଚଦଶ ଅର୍ଥ କମିଶନ ସୁପାରିସ ଅନୁଯାୟୀ ରାଜ୍ୟକୁ ୨୦୨୦-୨୧ ଆର୍ଥ୍‌ତ୍କବର୍ଷ ପାଇଁ ୨୧ ଶହ କୋଟି ଟଙ୍କା ପ୍ରଦାନ କରିବାକୁ କେନ୍ଦ୍ର ସରକାର ସବୁଜ ସଙ୍କେତ ଦେଇଛନ୍ତି। ସେଥିରୁ ୪୦ ପ୍ରତିଶତ ଅର୍ଥ ରିଲିଫ ଓ ଉଦ୍ଧାର ପାଇଁ ବ୍ୟବହାର କରାଯିବାକୁ ସ୍ଥିର ହୋଇଥିତ୍ବା ବେଳେ ୩୦ ପ୍ରତିଶତ ଜୀବନଜୀବିକା ଓ ଥଇଥାନ ଏବଂ ୧୦ ପ୍ରତିଶତ ଦକ୍ଷିତା ବୃଦ୍ଧି ଦିଗରେ ଖର୍ଚ୍ଚ କରାଯିବ। ତେବେ ଦୀର୍ଘ ଦିନର ଦାବି ପରେ ପ୍ରଥମ ଥର ପାଇଁ କମିଶନ ସେହି ଅର୍ଥରୁ ୨୦ ପ୍ରତିଶତ ପ୍ରାକୃତିକ ବିପଯର୍ର୍‌ୟୟ ମୁକାବିଲା ଦୀର୍ଘମିଆଦୀ ଯୋଜନା ସକାଶେ ଖର୍ଚ୍ଚ କରିବାକୁ ସୁପାରିସ କରିଛନ୍ତି। ଏ ବାବଦରେ ପ୍ରାୟ ୪୦୦ କୋଟି ଟଙ୍କା ଓଡିଶାକୁ ମିଳିବ ବୋଲି ସୂଚନା ମିଳିଛି।
ସବୁ ସମୟରେ ରାଜ୍ୟକୁ ପ୍ରାକୃତିକ ବିପର୍ଯ୍ୟୟର ଭୟ ରହିଛି। ଲୋକମାନଙ୍କୁ ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ହୋଇଛି। ସୁନାମି ଆଉ ଏକ ବିପତ୍ତି ଭାବେ ଉଭା ହେଲାଣି। ସୁନାମି ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡିକର ସମୁଦ୍ରକୂଳିଆ ଲୋକମାନଙ୍କ ପାଇଁ ଏକ ବିଷମ ପରିସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ସେହି ଲୋକମାନଙ୍କୁ ସୁନାମି ଭଳି ପ୍ରାକୃତିକ ବିପତ୍ତିରୁ କିପରି ରକ୍ଷା କରାଯାଇ ପାରିବ ସେ ନେଇ ଓଡିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓଏସଡିଏମଏ) ଉପକୂଳବର୍ତ୍ତୀ ୬ଟି ଜିଲାର ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିଛି। ସୁନାମି ପ୍ରବଣ ୬ଟି ଜିଲା ହେଲା ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, କଟକ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡା। ଉକ୍ତ ଜିଲାଗୁଡିକର ୩୨୨ଟି ଗ୍ରାମକୁ ସୁନାମି ପ୍ରବଣ ଭାବେ ଚିହ୍ନଟ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୨୨ ବିଡିଓ, ଭିଏଲଡବ୍ଲ୍ୟୁ, ଗ୍ରାମର ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟ, ଗ୍ରାମବାସୀ, ଓ୍ବାର୍ଡ ମେମ୍ବର, ମହିଳା ସ୍ବୟଂସହାୟକ ଗୋଷ୍ଠୀ ଆଦିଙ୍କୁ ତାଲିମ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଖୁବଶ୍ରୀଘ୍ର ଏହି ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି। ନିକଟରେ ୟୁନେସ୍କୋ ଏବଂ ଭାରତ ସରକାରଙ୍କ ଇଣ୍ଡିଆନ ନ୍ୟାଶନାଲ ସେଣ୍ଟର ଫର ଓସନ ଇନଫରମିଂ ସିଷ୍ଟମ(ଆଇଏନସିଓଆଇଏସ) ପକ୍ଷରୁ ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ବକ୍ସିପାଲି(ଭେଙ୍କଟରାୟପୁର) ଏବଂ ଜଗତ୍‌ସିଂହପୁର ଜିଲା ନୋଳିଆ ସାହି ପଞ୍ଚାୟତର ଗଡ ହରିଶପୁର ଗ୍ରାମକୁ ସୁନାମୀ ପ୍ରସ୍ତୁତି ଗ୍ରାମ ଭାବେ ଚିହ୍ନଟ କରାଯାଇଛି। ଖୁବ୍‌ଶୀଘ୍ର ଏହି ଦୁଇଟି ଗ୍ରାମକୁ ୟୁନେସ୍କୋ ପକ୍ଷରୁ ସୁନାମି ପ୍ରସ୍ତୁତି ଗ୍ରାମ ଭାବେ ଘୋଷଣା କରାଯିବ। ମୋବାଇଲ ଏସ୍‌ଏମ୍‌ଏସ୍‌, ଡିଜିଟାଲ ରେଡିଓ ଏବଂ ସାଇରନ ମାଧ୍ୟମରେ ଲୋକମାନଙ୍କୁ ସୁନାମି ଆସିବା ପୂର୍ବରୁ ସତର୍କ ସୂଚନା ଦିଆଯିବ। ଏହି ଖବର ପାଇବା ମାତ୍ରେ ଲୋକମାନେ କେଉଁ ସ୍ଥାନକୁ ଯିବେ ସେ ନେଇ ତାଲିମ ଦିଆଯାଇଛି। ଆଇଏନ୍‌ସିଓଆଇଏସ୍‌ ସୁନାମି ସୂଚନା ଦେବା ମାତ୍ରେ ସାଇରନ ବାଜି ଉଠିବ। ଏହାର ଶବ୍ଦ ପ୍ରାୟ ଦେଢ କିଲୋମିଟର ଯାଏ ଶୁଣାଯିବ। ଏହି ଶବ୍ଦ ଶୁଣିବାମାତ୍ରେ ତାଲିମପ୍ରାପ୍ତ ଲୋକମାନେ ଅନ୍ୟ ଲୋକମାନଙ୍କୁ ସତର୍କ କରାଇ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦେବେ। ଆଇଏନ୍‌ସିଓଆଇଏସ୍‌କୁ ସୂଚନା ମିଳିବା ମାତ୍ରେ ତୁରନ୍ତ ରାଜ୍ୟ ଆଇଏମ୍‌ଡି ଆଞ୍ଚଳିକ ଶାଖାକୁ ସୂଚନା ଆସିବ। ରାଜ୍ୟ ସରକାରଙ୍କୁ ସୂଚନା ମିଳିବା ମାତ୍ରେ ତୁରନ୍ତ ସୁନାମି ପ୍ରବଣ ଜିଲା, ବ୍ଲକ, ପଞ୍ଚାୟତଗୁଡିକୁ ତତ୍‌କ୍ଷଣାତ୍‌ ସୂଚନା ଜଣାଇ ଦିଆଯିବ। ଏହା ଏକ ଆକସ୍ମିକ ପ୍ରାକୃତିକ ବିପର୍ଯ୍ୟୟ ହୋଇଥିବାରୁ ଏଥିପାଇଁ ଅଧିକ ସତର୍କ ହେବାକୁ ପଡିବ।
ସୋମବାର ଏଠାରେ ଏକ ଆଞ୍ଚଳିକ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି କର୍ମଶାଳାରେ ଯୋଗ ଦେଇ ଓଡିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓଏସ୍‌ଡିଏମ୍‌ଏ) ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ରାଜ୍ୟ ପାଇଁ ଅନେକ ସମୟରେ ବାତ୍ୟା ଭୟ ରହିଛି। ୧୯୯୯ ମହାବାତ୍ୟାରେ ରାଜ୍ୟରେ ୧୦ ହଜାର ଲୋକଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ବିପର୍ଯ୍ୟୟ ମୁକାବିଲା ନେଇ ଅନେକ ପଦକ୍ଷେପ ନିଆଯାଇଛି। ଅଧିକରୁ ଅଧିକ ବୈଷୟିକ ଜ୍ଞାନ କୌଶଳକୁ ଉପଯୋଗ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏହି କର୍ମଶାଳାରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଏନଡିଏମଏ) ମେମ୍ବର ସେକ୍ରେଟାରୀ ଜି.ଭି ଭି. ଶର୍ମାଙ୍କ ସମେତ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri