ବିପିୟୁଟି ଛାତ୍ରସଂଘର ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୬ା୬- ବିପିୟୁଟି ଅଧୀନସ୍ଥ ଫାର୍ମାସୀ କଲେଜଗୁଡିକରେ ହେବାକୁ ଥିବା ଫାର୍ମାସୀ ପାଠ୍ୟକ୍ରମର ଶେଷ ସେମିଷ୍ଟର ପରୀକ୍ଷାକୁ ଅନଲାଇନ୍‌ରେ କରିବାକୁ ଦାବି ହୋଇଛି । ଅଲ ଓଡିଶା ବିପିୟୁଟି ଛାତ୍ର ସଂଘ ପକ୍ଷରୁ ଶୁକ୍ରବାର ଏ ନେଇ ଦକ୍ଷିଣାଞ୍ଚଳ ଆର୍‌ଡିସିଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ମହାମାରୀ ସଂକ୍ରମଣ ରୋକିବାକୁ ସରକାର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଜୁନ ୨୦ରୁ ଜୁଲାଇ ୨୪ ମଧ୍ୟରେ ଶେଷ ସେମିଷ୍ଟର ପରୀକ୍ଷା କରିବାକୁ ନିର୍ଦ୍ଦେଶ ହୋଇଛି। ବର୍ତ୍ତମାନ ପରିସ୍ଥିତିରେ କରୋନା କଟକଣା ଯୋଗୁ ଅନେକ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଆସିବା ଅସମ୍ଭବ । ତେଣୁ ଏହାକୁ ବିଚାର କରିବା ସହ ପରୀକ୍ଷା କେନ୍ଦ୍ର ମଧ୍ୟରେ ନ କରି ଅନ୍‌ଲାଇନ୍‌ ମାଧ୍ୟମରେ କରିବା କିମ୍ବା ପୂର୍ବ ସେମିଷ୍ଟର ମାର୍କ ଅନୁଯାୟୀ ଶେଷ ସେମିଷ୍ଟରର ମାର୍କ ପ୍ରଦାନ କରିବାକୁ ସଂଘ ପକ୍ଷରୁ ଦାବି ଉଲ୍ଲେଖ କରାଯାଇଛି ା ଦାବିପତ୍ର ପ୍ରଦାନ ବେଳେ ସଂଘର ସଭାପତି ତାରିଣୀ ଚରଣ ତ୍ରିପାଠୀଙ୍କ ସମେତ ଆର୍ତ୍ତତ୍ରାଣ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri