ବିପୁଳ ପରିମାଣର କାଠ ଜବତ

ପାଲଲହଡା, ୨୨।୫ (ଡି.ଏନ.ଏ.)- ଦେବଗଡ଼ ଡିଭିଜନର ମୋବାଇଲ ସ୍କ୍ବାଡ୍‌ ମଙ୍ଗଳବାର ପାଲଲହଡା ଥାନା ଈଶ୍ୱରନଗର ଗ୍ରାମର ରମାକାନ୍ତ ବିଶ୍ୱାଳଙ୍କ ଘରେ ଚଢ଼ାଉ କରି ବିପୁଳ ପରିମାଣର ଶାଳ ଏବଂ ଶାଗୁଆନ କାଠ ଜବତ କରିଛି।
ବନବିଭାଗ ସୂତ୍ରରୁ ପ୍ରକାଶ, ରମାକାନ୍ତଙ୍କ ଘରେ ବିପୁଳ ପରିମାଣର ଚୋରା କାଠ ଗଚ୍ଛିତ ଥିବା ଖବରପାଇ ଦେବଗଡ଼ ଡିଭିଜନର ମୋବାଇଲ ସ୍କ୍ବାଡ୍‌ ଏବଂ ପାଲଲହଡା ରେଞ୍ଜର ଏକ ଟିମ୍‌ ସକାଳ ୬ଟାରେ ଚଢ଼ାଉ କରିଥିଲେ। ମାତ୍ର ଚଢାଉ ଖବର ପାଇ ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିବାବେଳେ ତାଙ୍କ ସ୍ତ୍ରୀ ବନବିଭାଗ ଅଧିକାରୀଙ୍କୁ ଘର ମଧ୍ୟକୁ ପ୍ରବେଶ କରିବା ପାଇଁ ଅନୁମତି ଦେଇ ନ ଥିଲେ। ପରେ ସ୍ଥାନୀୟ ମାଜିଷ୍ଟ୍ରେଟ ଅତିରିକ୍ତ ତହସିଲଦାର ସୁମନ ମିଞ୍ଜଙ୍କ ଉପସ୍ଥିତିରେ ଘର ମଧ୍ୟରୁ ୪୪ ଖଣ୍ଡ ଶାଳ ପଟ୍ଟା, ୩୦ ଖଣ୍ଡ ଶାଗୁଆନ ପଟ୍ଟା ଜବତ କରାଯାଇଥିଲା ବୋଲି ପାଲଲହଡା ରେଞ୍ଜର ସରୋଜ କୁମାର ବିଶ୍ୱାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri