ବିପୁଳ ପରିମାଣର ବିଦେଶୀ ମଦ ଜବତ: ୨ ବ୍ୟବସାୟୀ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ଅବକାରୀ ବିଭାଗ ଦାରା ଶୁକ୍ରବାର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଠାକୁରମୁଣ୍ଡା ଓ ଚମ୍ପାଝର ବଜାର ଅଞ୍ଚଳରୁ ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ ହୋଇଛି। ଘଟଣାରେ ସଂପୃକ୍ତି ଥିବା ଅଭିଯୋଗରେ ୨ ଜଣ ବ୍ୟବସାୟୀଙ୍କୁ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛି।
ସୂଚନାଯୋଗ୍ୟ, ଚୋରାମଦ ବିକ୍ରି ହେଉଥିବା କୌଣସି ସୂତ୍ରରୁ ଖବର ପାଇ କଟକ ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍‌ ଠାକୁରମୁଣ୍ଡା ଅବକାରୀ ଥାନା କର୍ମଚାରୀଙ୍କ ସହାୟତାରେ ଭୋର୍‌ରୁ ଠାକୁରମୁଣ୍ଡା ନିକଟ ଚମ୍ପାଝର ବଜାର ଅଞ୍ଚଳରେ ବିଦେଶୀ ମଦ ବିକ୍ରି କରୁଥିବା ଘର ଉପରେ ଚଢ଼ାଉ କରିଥିଲେ। ସେଠାରୁ ୪୩ଲିଟର ୮୦୦ ମିଲିଲିଟର ବିୟର ଓ ୫୭ଲିଟର ବିଭିନ୍ନ ବ୍ରାଣ୍ଡର ମଦ ବୋତଲ ଜବତ କରିବା ସହ ଚମ୍ପାଝର ଗ୍ରାମର ମଦ ବ୍ୟବସାୟୀ ରତ୍ନାକର ସାହୁକୁ ଗିରଫ କରିଥିଲେ। ସେହିପରି ଠାକୁରମୁଣ୍ଡା ବଜାରରେ ଥିବା ଏକ ଦୋକାନ ଉପରେ ଚଢ଼ାଉ କରି ୧୯ଲିଟର ବିୟର ଓ ୨୦ଲିଟର ବିଦେଶୀ ମଦ ଜବତ କରି ରାକେଶ କୁମାର ସାହୁଙ୍କୁ ଗିରଫ କରିଥିଲେ। ଜବତ ମଦର ମୂଲ୍ୟ ୫୦ ହଜାର ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଅବକାରୀ ବିଭାଗ କହିଛି। ଠାକୁରମୁଣ୍ଡା ଅବକାରୀ ଥାନା କେସ ନଂ. ୧୯୦,୧୯୧ ଅନୁଯାୟୀ ମାମଲା ରୁଜୁ ହୋଇ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ଫ୍ଲାଇଙ୍ଗ ସ୍କ୍ବାଡର ଆଇଆଇସି ସୁଶାନ୍ତ ପାଢ଼ୀ, ସବ୍‌ଇନ୍ସପେକ୍ଟର ମନୀଷା ବଳ, କମଲ ପାଇକରାୟ, ଠାକୁରମୁଣ୍ଡା ଅବକାରୀ ସବ୍‌ଇନ୍ସପେକ୍ଟର କ୍ଷୀତିଶ ଦାଶ, ଏଏସ୍‌ଆଇ ଶରତ ଦାସଙ୍କ ସମେତ ଅବକାରୀ ବିଭାଗର କର୍ମଚାରୀମାନେ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri