ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ, ପଥର ମାଫିଆ ଗିରଫ

ଦିଗପହଣ୍ଡି/ପାଟପୁର,୧ା୮(ଡି.ଏନ.ଏ.)-ପାଟପୁର ପୋଲିସ ବୁଧବାର ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ମୌଜା ମହୁଲ ପାହାଡ଼ ପଥର ଖାଦାନରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଦୀର୍ଘଦିନ ଧରି ପାହାଡ଼ରେ ବେଆଇନ ପଥର ବିସ୍ଫୋରଣ କରୁଥିବା ଅଭିଯୋଗରେ ପୋଲିସ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମର ରଜନୀକାନ୍ତ ପଣ୍ଡାଙ୍କୁ ଗିରଫ କରିଛି। ଅନ୍ୟ କେତେକ ପଥର ମାଫିଆ ଫେରାର୍‌ ଅଛନ୍ତି। ରଜନୀକାନ୍ତଙ୍କ ନିକଟରୁ ୪୧ ଡିଟୋନେଟର, ୧୫ କେଜି ଆମୋନିଆ ରାସାୟନିକ ସାର, ୫ ଲିଟର ଡିଜେଲ, ଫ୍ୟୁଜ୍‌ ତାର, ଶାବଳ, କୋଡ଼ି, ହାତୁଡ଼ି ସମେତ ବିସ୍ଫୋରଣରେ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଥିବା ପାଟପୁର ଆଇଆଇସି ରମେଶ କୁମାର ପ୍ରଧାନ କହିଛନ୍ତି।
ଦିଗପହଣ୍ଡି ତହସିଲ ବାବୁଲି ବନ୍ଧ ମୌଜା ମହୁଲ ପାହାଡ଼ ପଥର ଖାଦାନରେ ଦୀର୍ଘଦିନ ହେଲା ବିସ୍ଫୋରଣ କରାଯାଉଥିଲା। ପଥର କ୍ବାରି ଲିଜ୍‌ କରାନଯାଇ କିଛି ରାଜସ୍ବ ବିଭାଗ କର୍ମଚାରୀଙ୍କ ବୁଝାମଣାରେ ଏଠାରୁ ପ୍ରତ୍ୟହ ଶତାଧିକ ଟ୍ରାକ୍ଟରରେ ପଥର ଚୋରାଚାଲାଣ ହେଉଥିଲା। ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ କମ୍ପ୍ରେସର ମେଶିନ ଜରିଆରେ ଡିଟୋନେଟର ଡିନାମାଇଟ ଭଳି ଉଚ୍ଚକ୍ଷମତା ସମ୍ପନ୍ନ ବିସ୍ଫୋରକ ସାମଗ୍ରୀ ବ୍ୟବହାର କରାଯାଇ ପାହାଡ଼ରେ ପଥର ବିସ୍ଫୋରଣ କରାଯାଇଥିଲା। ବିସ୍ଫୋରଣ ଦ୍ୱାରା ପଥର କ୍ବାରୀଠାରୁ ପ୍ରାୟ ୨ କିମି ଦୂରରେ ଥିବା ବାବୁଲି ବନ୍ଧ, ଜୁଆଣପଲ୍ଲୀ, କନିଆରି ସାହି, ଆଦିବାସୀ ସାହି ସମେତ ସହଦେବ ଟିକରପଡ଼ା ଆଦି ଜନବସତିର ଅର୍ଦ୍ଧାଧିକ ଘର ସବୁ ଦୋହଲି ଉଠିଥିଲା। ଭୂମିକମ୍ପ ଆଶଙ୍କାରେ ଲୋକେ କିଛି କ୍ଷଣ ପାଇଁ ଶିହରି ଉଠିଥିଲେ। ଖବର ପାଇ ଏସଆଇ ଶୁଭ୍ରଜିତ ସାମନ୍ତରା ସଦଳବଳ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନଂ. ୧୫୩/୧୯ ମାମଲା ରୁଜୁ କରିଛନ୍ତି। ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଆଇଆଇସି କହିଛନ୍ତି। ଏନେଇ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଭୀଷ୍ମଗିରି ଆରଆଇ ଶ୍ରୀକାନ୍ତ ଦେରା ତାଙ୍କୁ ଜଣାଇଛନ୍ତି। ରାଜସ୍ବ ବିଭାଗ ପକ୍ଷରୁ ତଦନ୍ତ କରାଯିବା ସହ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri