ବିପ୍ଳବୀ ଧରଣୀଧର ଭୂୟାଁଙ୍କ ଜୟନ୍ତୀ ପାଳିତ

କେନ୍ଦୁଝର, ୫।୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାର ବିପ୍ଲବୀ ଧରଣୀଧର ଭୂୟାଁଙ୍କ ୧୫୬ ତମ ଜୟନ୍ତୀ କେନ୍ଦୁଝର ଜିଲାରେ ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଦିନ ନିଆରା ଭାବେ ପାଳିତ ହୋଇଯାଇଛି। ଏହି ଅବସରରେ ଭୂୟାଁ ସାଂସ୍କୃତିକ ସଂଗଠନ ପକ୍ଷରୁ ସ୍ଥାନୀୟ ଧରଣୀଛକ ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। କରୋନା କଟକଣା ଥିବାରୁ ସାମାଜିକ ଦୂରତ୍ୱ ପାଳନ କରି ମାଲ୍ୟାର୍ପଣ କରାଯାଇଛି। ସଙ୍ଗଠନର ସାଧାରଣ ସମ୍ପାଦକ କାଙ୍ଗାଳୀ ଚରଣ ନାଏକ ଓ ଉପସଭାପତି ଭାସ୍କର ଅମାନ୍ତ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଏହି ଦିନ ମହାନ ବିପ୍ଲବୀଙ୍କ ଜନ୍ମ ସଦର ବ୍ଲକ ଦୁର୍ଗମ ପାହାଡ଼ ଓ ଜଙ୍ଗଲ ପରିବେଷ୍ଟିତ କୁସୁମିତାରେ ଜନ୍ମ ଲାଭ କରିଥିଲେ। ଜନ ବିରୋଧୀ ଏକ ଛତ୍ରବାଦ ରାଜତନ୍ତ୍ର ଓ ବ୍ରିଟିଶ ଶାସନ ମବିରୋଧରେ ମେଳି କରି ଭୂୟାଁ ଓ ଅନ୍ୟ ଜନଜାତି ମାନଙ୍କ ପାଇଁ ଲଢ଼ି ନିଜର ବୀରତ୍ୱ ପ୍ରଦର୍ଶନ କରି ଚିର ଅମର ହୋଇରହିଥିଲେ ବୋଲି ସଙ୍ଗଠନର ଶ୍ୟାମ ସୁନ୍ଦର ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri