Posted inଖେଳ

ବିଫଳତାକୁ ଗ୍ରହଣ କରିବାର କଳା ଶିକ୍ଷା କରିଛି: ସାମସନ

ନୂଆଦିଲ୍ଲୀ,୬।୫(ପି.ଟି.): ଗତ ଦୁଇବର୍ଷ ମଧ୍ୟରେ ବିଫଳତା ବହୁତ କିଛି ଶିଖାଇଛି। ବିଫଳତାରୁ କିଛି ଶିକ୍ଷା କରିବାର କଳା ହାସଲ କରିଛି ବୋଲି କେରଳର ୨୫ ବର୍ଷୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ କହିଛନ୍ତି। ସେ ଜଣେ ପ୍ରତିଭାସମ୍ପନ୍ନ କ୍ରିକେଟର ହୋଇଥିଲେ ମଧ୍ୟ ଅନ୍ତର୍ଜାତୀୟସ୍ତରରେ ଆଶାନୁରୂପ ସଫଳତା ହାସଲ କରିପାରି ନାହାନ୍ତି। ଗତ ୫ ବର୍ଷ ମଧ୍ୟରେ ସେ ମାତ୍ର ୪ଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।
ନିଜର ସାମର୍ଥ୍ୟକୁ ବୁଝିବାରେ ସଫଳ ହୋଇଛି ଓ ବିଫଳତାକୁ ଗ୍ରହଣ କରିବା ଓ ଏଥିରୁ ଶିକ୍ଷା କରିବାରେ ସମର୍ଥ ହୋଇଛି। ନିଜର ଭାବପ୍ରବଣତାକୁ ନିୟନ୍ତ୍ରଣ କରିବାରେ ମଧ୍ୟ ସଫଳ ହୋଇଛି। ମହେନ୍ଦ୍ର ସିଂ ଧୋନୀଙ୍କଠାରୁ ବହୁତ କିଛି ଶିକ୍ଷା କରିବାରେ ସମର୍ଥ ହୋଇଛି ବୋଲି ସେ କହିଛନ୍ତି। କିଛିଦିନ ତଳେ ସାମସନ ଭାରତୀୟ ଟି୨୦ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିବା ନିଶ୍ଚିତ ଭାବେ ବଡ଼କଥା। ଦଳରେ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଭଳି ବିଶ୍ୱସ୍ତରୀୟ ଖେଳାଳି ରହିଛନ୍ତି। ତେଣୁ ଭାରତୀୟ ଦଳ ସହ ମୋର ସୁନ୍ଦର ଅଭିଜ୍ଞତା ରହିଛି। କୋହଲି ଓ ରୋହିତଙ୍କ ଭଳି ଖେଳାଳି ମୋତେ ବିଶ୍ୱାସକୁ ନେବା ମଧ୍ୟ ଏକ ବଡ଼ କଥା।
ଅଷ୍ଟ୍ରେଲୀୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ଙ୍କ ସହିତ ମଧ୍ୟ ମୋର ସମ୍ପର୍କ ବେଶ୍‌ ଭଲ ରହିଛି। କ୍ରିକେଟକୁ ନେଇ ତାଙ୍କ ଅଭିଜ୍ଞତା ଓ ଚିନ୍ତାଧାରା ଉଚ୍ଚକୋଟୀର। ତାଙ୍କ ନେତୃତ୍ୱରେ ଆଇପିଏଲ୍‌ ଖେଳିବାର ଅଭିଜ୍ଞାତ ମଧ୍ୟ ବେଶ୍‌ ଭଲ ରହିଛି। ଧୋନୀ ମୋର ଆଦର୍ଶ ଖେଳାଳି। ତେବେ ଜୋସ ବଟଲରଙ୍କ ଖେଳ ମୋତେ ପ୍ରଭାବିତ କରିଛି। ରାଜସ୍ଥାନ ରୟାଲ୍ସ ତରଫରୁ ସେ ଖେଳିଥାନ୍ତି ଓ ତାଙ୍କ ବ୍ୟାଟିଂକୁ ଉପଭୋଗ କରିଛି। ସେ ସବୁବେଳେ ତାଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବାକୁ ପ୍ରୟାସ କରିଥାନ୍ତି ବୋଲି ସାମସନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri