Posted inଖେଳ

ବିବାଦରେ ପାକିସ୍ତାନ କ୍ରିକେଟର୍‌ ଶାଦବ

ଦୁବାଇ, ୧୨।୨- ପାକିସ୍ତାନ ସୀମିତ ଓଭର କ୍ରିକେଟ ଦଳର ପ୍ରମୁଖ ଖେଳାଳି ଶାଦବ୍‌ ଖାନ୍‌ ବିବାଦ ଘେରକୁ ଚାଲି ଆସିଛନ୍ତି। ଜଣେ ମହିଳାଙ୍କୁ ବ୍ଲାକମେଲ୍‌ କରିବା ସହ ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋକୁ ସୋସିଆଲ ମିଡିଆରେ ଭାଇରଲ୍‌ କରିଦେବାକୁ ଧମକ ଦେଇଥିବା ଅଭିଯୋଗ ଶାଦବଙ୍କ ନାମରେ ଆସିଛି। ଶାଦବଙ୍କ ନାମରେ ଏହିଭଳି ସଙ୍ଗୀନ ଅଭିଯୋଗ ଆଣିଥିବା ମହିଳା ଜଣଙ୍କ ହେଉଛନ୍ତି ଦୁବାଇର ଅର୍ଶିନା ସାଫିଆ। ଏହି ଅଭିଯୋଗ ମହିଳା ଜଣଙ୍କ ତାଙ୍କ ଇନ୍‌ଷ୍ଟାଗ୍ରାମ ପୃଷ୍ଠାରେ ଆଣିଛନ୍ତି। ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ୨୦୧୯ ମାର୍ଚ୍ଚରେ ଉଭୟ ପରସ୍ପରକୁ ଭେଟିଥିଲେ। ଏହାପରେ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ ସମୟରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ନିବିଡ଼ ହୋଇଥିଲା। ଏପରିକି ୨୧ ବର୍ଷୀୟ ଅଲ୍‌ରାଉଣ୍ଡର ଶାଦବଙ୍କ ସହ ବିଭିନ୍ନ ଦେଶରେ ଅନୁଷ୍ଠିତ ଟି୨୦ ଲିଗ୍‌ ଦେଖିବାକୁ ଯାଇଥିବା ସାଫିଆ ଦାବି କରିଛନ୍ତି। କିନ୍ତୁ ଯେତେବେଳେ ଜଣେ ପାକିସ୍ତାନ ଖବରଦାତା ଉଭୟ ଏକାଠି ବୁଲୁଥିବାର ଏକ ଫଟୋ ଉଠାଇ ଏହାକୁ ସୋସିଆଲ ମିଡିଆରେ ଶେୟାର କରିଥିଲେ ସେବେଠାରୁ ଶାଦବ୍‌ ତାଙ୍କୁ ବ୍ଲାକମେଲ କରିବା ଆରମ୍ଭ କରିଥିଲେ ବୋଲି ସେ କହିଛନ୍ତି। ସାଫିଆଙ୍କ କହିବା ଅନୁଯାୟୀ, ଉଭୟଙ୍କ ମଧ୍ୟରେ ରହିଥିବା ସମ୍ପର୍କକୁ ବାହାରେ ପ୍ରକାଶ ନ କରିବା ସହ ସେ କେବଳ ତାଙ୍କ ଫ୍ୟାନ୍‌ ଥିଲେ ବୋଲି ବାହାରେ କହିବାକୁ କହିଥିଲେ। ନଚେତ୍‌ ମୋର ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋକୁ ସୋସିଆଲ ମିଡିଆରେ ଛାଡ଼ି ଦେବାକୁ ଧମକ ଶାଦବ ଧମକ ଦେଇଥିଲେ ବୋଲି ସାଫିଆ ନିଜ ଇନ୍‌ଷ୍ଟାଗ୍ରାମରେ ଉଲ୍ଲେଖ କରିଛନ୍ତି। ତେବେ ଶାଦବ ଖାନ୍‌ କିଛି ପ୍ରତିକ୍ରିୟା ରଖି ନ ଥିବାବେଳେ ପାକିସ୍ତାନ କ୍ରିକେଟ୍‌ ବୋର୍ଡ (ପିସିବି) ଏହାକୁ ନେଇ କ’ଣ ପଦକ୍ଷେପ ନେଉଛି ତାହାକୁ ଆଗାମୀ ଦିନରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?