ବିବାଦୀୟ ଜମିକୁ ନେଇ ଗଣ୍ଡଗୋଳ, ଜମି ମାଲିକଙ୍କ ପୁଅ ଆହତ

ଆନନ୍ଦପୁର,୧୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ମୌଜା ବିରିଡିହା ଗ୍ରାମରେ ଏକ ବିବାଦୀୟ ଜମିକୁ ନେଇ ପୁଣି ବିବାଦ ଦେଖାଦେଇଛି। ଜମି ମାଲିକ ସୁଦର୍ଶନ ସାହୁଙ୍କ ଅଭିଯୋଗ କ୍ରମେ ଚଳିତ ମାସ ୬ ତାରିଖରେ କଣ୍ଟିିପାଳ ମୌଜା ଖାତା ନଂ ୮୩୯/୫୧୨, ପ୍ଲଟ ନଂ ୧୯୨୪/୫୯୭୬, ୧୯୨୪/୫୮୫୮ରେ ୧୪୪ ଧାରା ଲାଗୁ କରାଯାଇଥିଲା। ଏହି ଜମିକୁ ବିରୋଧୀ ଗୋଷ୍ଠୀ ଏବଂ ସେମାନଙ୍କର ସମର୍ଥକମାନଙ୍କ ପାଇଁ ପ୍ରବେଶ ନିଷେଧ କରାଯିବା ସହିତ ସଂପୃକ୍ତ ଜମିରେ ନାଲି ପତାକା ମରାଯାଇଥିଲା। ଶୁକ୍ରବାର ସୁଦର୍ଶନଙ୍କ ପୁଅ ପ୍ରଶାନ୍ତ ସାହୁ ରାସ୍ତା ଉପରେ ଛିଡ଼ା ହୋଇଥିବା ସମୟରେ ସେମାନଙ୍କ ବିରୋଧୀ ଗୋଷ୍ଠୀ ଜମିଜମା ଘଟଣାକୁ ନେଇ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ଆକ୍ରମଣ କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ପ୍ରଶାନ୍ତଙ୍କ ବଡ଼ ଭାଇ ସୁଶାନ୍ତ ଏବଂ ପରିବାରବର୍ଗ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ମଧ୍ୟ ବିରୋଧୀଙ୍କ ଆକ୍ରମଣର ଶିକାର ହୋଇଥିଲେ। ଏହି ଗଣ୍ଡଗୋଳରେ ସୁଦର୍ଶନଙ୍କ ପୁଅ ପ୍ରଶାନ୍ତ ଓ ସୁଶାନ୍ତ ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେବା ସହିତ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। କେସ ନଂ ୧୪୮/୧୯ରେ ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇଛି। ପୋଲିସ ତଦନ୍ତ ଚଳାଉଥିବାବେଳେ ଗଣ୍ଡଗୋଳ ଘଟାଇଥିବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଏହି ଜମିକୁ କେନ୍ଦ୍ର କରି ସୁଦର୍ଶନଙ୍କ ପରିବାର ଓ ଅନ୍ୟ ଏକ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିରହିଛି। ପୂର୍ବରୁ ଉଭୟ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଥାନାରେ ଅଭିଯୋଗ ହୋଇଥିଲା। ଆନନ୍ଦପୁର ଥାନାରେ କେସ ନଂ ୯୨/୧୮ରେ ଏକ ମାମଲା ଦାୟର ହୋଇଥିଲା। ପରେ ଏହି ବିବାଦୀୟ ଜାଗାକୁ ଆନନ୍ଦପୁର ତହସିଲ ପକ୍ଷରୁ ମାପଚୁପ କରାଯାଇ ସୁଦର୍ଶନଙ୍କ ଜମି ବୋଲି ଚିହ୍ନଟ କରାଯାଇଥିଲା। ଏହା ସତ୍ତ୍ୱେ ସ୍ଥାନୀୟ ନିର୍ଦ୍ଦିଷ୍ଟ କେତେକ ବ୍ୟକ୍ତି ଏବଂ ସେମାନଙ୍କର ସମର୍ଥକ ନିଜର ଜାଗା ବୋଲି ଦାବି କରି ବିରୋଧ କରିବା ସହିତ ସୁଦର୍ଶନଙ୍କୁ ଭୋଗ ଦଖଲ କରାଇ ଦେଉ ନ ଥିବା ଅଭିଯୋଗ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri