ବିବାଦ ପାଇଁ ନଳକୂପରେ କିରୋସିନ ଢାଳିଲେ ଦୁର୍ବୃତ୍ତ

ଚାନ୍ଦବାଲି,୨୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ପଞ୍ଚାୟତ ନିଆରିସାହିର ଏକ ନଳକୂପରେ କେହି ଦୁର୍ବୃତ୍ତ କିରୋସିନ ଓ ସିମେଣ୍ଟ ଭରି ଦେଇଥିବାର ଅଭିଯୋଗ ହୋଇଛି। ଫଳରେ ଏହା ବ୍ୟବହାର ଅନୁପଯୋଗୀ ହୋଇଛି। ଏନେଇ ଗାଁର କେତେକ ମହିଳା ଓ ପୁରୁଷ ମତୋ ଫାଣ୍ଡିରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ମତୋ ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ସତ୍ୟାସତ୍ୟ ପରଖିଛନ୍ତି।
ସୂଚନା ଅନୁସାରେ, ଏହି ନଳକୂପ ଉପରେ ଗାଁର ୨୦ରୁ ଅଧିକ ପରିବାର ନିର୍ଭର କରନ୍ତି। ତେବେ ନଳକୂପରୁ ବଳକା ପାଣି ଯାଇ ପାଖ ନାଳରେ ମିଶିଥାଏ। ଭଦ୍ରକ-ଚାନ୍ଦବାଲି ରାସ୍ତା ସମ୍ପ୍ରସାରଣ ହେବା ପରେ ରାସ୍ତାର ଉଚ୍ଚତା ବଢ଼ିଛି। ଫଳରେ ଏଠାରୁ ପାଣି ନିଷ୍କାସନରେ ସମସ୍ୟା ହୋଇଛି। ବିଗତ ୨ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ଜିଲାପାଳ, ଅତିରିକ୍ତ ଜିଲାପାଳ, ବିଡିଓ ଓ ତହସିଲଦାର ଘଟଣାସ୍ଥଳ ପରିଦର୍ଶନ କଲେ ମଧ୍ୟ ସମସ୍ୟାର ସମାଧାନ ହୋଇ ପାରିନାହିଁ। ନଳକୂପର ଚତୁଃପାର୍ଶ୍ୱରେ ମଇଳା ପାଣି ଜମି ପରିବେଶକୁ ପ୍ରଦୂଷିତ କରୁଛି। ଜଳ ନିଷ୍କାସନକୁ ନେଇ ଉପୁଜିଥିବା ବିବାଦ କାରଣରୁ ଶନିବାର ବିଳମ୍ବିତ ରାତିରେ କେହି ନଳକୂପର କେତେକ ଅଂଶକୁ ଖୋଲି ଏହା ମଧ୍ୟରେ କିରୋସିନ ଓ ସିମେଣ୍ଟ ପକାଇଥିବା ମତୋ ଫାଣ୍ଡି ଅଧିକାରୀ ବବୃବାହନ ନାୟକ ସୂଚନା ଦେଇଛନ୍ତି। ଏନେଇ ଫାଣ୍ଡି ପକ୍ଷରୁ ତଦନ୍ତ ହେବା ସହିତ ନଳକୂପ ସଫା କରିବାକୁ ଗ୍ରାମବାସୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri