Posted inଫୁରସତ

ବିବାହର ଅଢେଇ ମାସ ପରେ ଥାନାରେ ପହଞ୍ଚିଲେ ୬୬ ବର୍ଷୀୟ ବୃଦ୍ଧ

ଗାଜିଆବାଦ,୨୪।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ଏକ ରୋଚକ ଘଟଣା ଘଟିଛି। ବିବାହର ଦେଢ ମାସ ପରେ ଥାନାରେ ପହଞ୍ଚିଛନ୍ତି ଜଣେ ୬୬ ବର୍ଷୀୟ ବୃଦ୍ଧ। ସ୍ତରୀଙ୍କ ଯୋଗୁ ସେ ବରବାଦ୍‌ ହୋଇଯାଇଥିବା ପୋଲିସକୁ ଜଣାଇଛନ୍ତି। ଉକ୍ତ ବୃଦ୍ଧ ଜଣଙ୍କ ଜଣେ ବଡ ବ୍ୟବସାୟୀ। କିଛିଦିନ ତଳେ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହେବା ପରେ ସେ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ବିବାହର ଅଢେଇ ମାସ ପରେ ଯୁବତୀ ଜଣଙ୍କ ଲକ୍ଷ ଲକ୍ଷ ଟଙ୍କା କ୍ୟାଶ୍‌ ନେଇ ପଳେଇଛନ୍ତି। ଏବେ ଛାଡପତ୍ର ନାଁରେ ୨୦ ଲକ୍ଷ ଟଙ୍କା ମାଗୁଛନ୍ତି ବୋଲି ବୃଦ୍ଧ ଜଣଙ୍କ ପୋଲିସ ଆଗରେ କହିଛନ୍ତି। ପୋଲିସ ଛାନ୍‌ଭିନ୍‌ ପରେ ଜଣାପଡିଥିଲା ଉକ୍ତ ଯୁବତୀ ଜଣଙ୍କ ବୃଦ୍ଧଙ୍କୁ ବିବାହ କରିବା ପୂର୍ବରୁ ଅନ୍ୟ ୮ ଜଣଙ୍କୁ ବିବାହ କରି ଛାଡିଦେଇଛନ୍ତି।
ସୂଚନାଯୋଗ୍ୟ, ଗାଜିଆବାଦର ଅବନ୍ତିକାରେ ରହୁଥିବା ବ୍ୟବସାୟୀ ଯୁଗଳ କିଶୋର କିଛି ବର୍ଷ ପୂର୍ବେ ନିଜ ସ୍ତ୍ରୀଙ୍କୁ ହରାଇଥିଲେ। ପରେ ନିଜ ପରିବାରଠାରୁ ଅଗଲା ହୋଇ ରହୁଥିଲେ। ବୃଦ୍ଧ ଅବସ୍ଥାରେ ସାହାରା ଦେବା ପାଇଁ ପୁଣି ଥରେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୯, ଅଗଷ୍ଟ ୧୧ରେ ମୋନିକା ନାମକ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। କିନ୍ତୁ ବିବାହ ଅଢେଇ ମାସ ପରେ ମୋନିକା ୬ ଲକ୍ଷ ଟଙ୍କାର ଗହଣା ଏବଂ କ୍ୟାଶ୍‌ ନେଇ ଫେରାର ହୋଇଯାଇଥିଲେ। ଏହି ଘଟଣା ଘରର ସିସିଟିଭିରେ କଏଦ୍‌ ହୋଇରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?