ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ପ୍ରେମିକ ଫେରାର ହେବା ପରେ ଅନୁଗୋଳ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଯୁବତୀ

ଅନୁଗୋଳ ଅଫିସ,୧୯।୬: ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀ ଓ ତାଙ୍କ ପରିବାରଲୋକେ ବୁଧବାର ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏପରିକି ନ୍ୟାୟ ନ ମିଳିଲେ ଆତ୍ମାହୂତି ଦେବେ ବୋଲି ଯୁବତୀଜଣଙ୍କ ଚେତାବନୀ ଦେଇଛନ୍ତି।

ସୂଚନାନୁଯାୟୀ, ଉକ୍ତ ଥାନା ଅନ୍ତର୍ଗତ ଜରପଡ଼ା ଡେରଜାଙ୍ଗ ଅଞ୍ଚଳର ଜଣେ ଯୁବକ ବିବାହ ପ୍ରଲୋଭନ ଦେଖାଇ ସମ୍ପୃକ୍ତ ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖି ଆସୁଥିଲେ। ଏବେ ଯୁବତୀ ୬ ମାସର ଅନ୍ତସତ୍ତ୍ୱା। ଏକଥା ସେ ଜାଣିବା ପରେ ମା’ଙ୍କୁ ଅବଗତ କରାଇଥିଲେ। ମାତ୍ର ବିବାହ କରିବା ପୂର୍ବରୁ ଏଭଳି କାର୍ଯ୍ୟକୁ ନେଇ ସାମାଜିକ ଗଞ୍ଜଣା ଭୟରେ ଯୁବତୀଙ୍କ ମା’ କିଛିଦିନ ତଳେ ଆତ୍ମହତ୍ୟା କରିଛନ୍ତି। ଅପରପକ୍ଷେ ଉକ୍ତ ପ୍ରେମିକ ଫେରାର ହୋଇଯାଇଛନ୍ତି। ଫଳରେ ଅସହାୟ ଯୁବତୀ ଓ ତାଙ୍କ ପରିବାରଲୋକେ ଏ ନେଇ ଜରପଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ପୋଲିସ ନିରବତା ଅବଲମ୍ବନ କରିଛି। ଏଣୁ ନ୍ୟାୟ ପାଇବା ଆଶାରେ ଯୁବତୀ ପରିବାରଲୋକଙ୍କ ସହ ଅନୁଗୋଳ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri