ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଜଣେ ଯୁବତୀଙ୍କୁ ଅନ୍ୟ ଏକ ଗାଁର ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲା କ୍ରମେ, ଆଇଆଇସି ବସନ୍ତ କୁମାର ସେଠୀ ଘଟଣାର ତଦନ୍ତ କରି ମାମଲା ନଂ.୧୭୦/୧୯, ଦଫା ୩୭୬(ଆଇ)(ଇ) ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି। ତଦନ୍ତକାରୀ ପୋଲିସ ଏସ୍‌ଆଇ ମଧୁସ୍ମିତା ପ୍ରଧାନ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ବୁଧବାର ପୀଡ଼ିତା ଓ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯାଇଛି। ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଏସ୍‌ଆଇ କହିଛନ୍ତି।
ସୂଚନାଯୋଗ୍ୟ ଯେ, ପୀଡ଼ିତା ଜଣକ ତାଙ୍କ ମାଉସୀଙ୍କ ଗାଁକୁ ଠାକୁରାଣୀ ଯାତ୍ରା ଦେଖିବାକୁ ଯାଇଥିଲେ। ଗତ ଜୁନ୍‌ ୨ ତାରିଖ ରାତିରେ ସେ ଶୋଇଥିବାବେଳେ ସେହି ଗାଁର ବି. ଶିବଶଙ୍କର(୨୫) ତାଙ୍କୁ ବଳାତ୍କାର କରିଥିଲେ। ଯୁବକ ଜଣକ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କୁ ବଳାତ୍କାର କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବର୍ତ୍ତମାନ ଯୁବତୀ ଜଣକ ଗର୍ଭବତୀ ଥିବା ପୋଲିସ ନିକଟରେ ବୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri