ବିବାହର ୧୮ ଦିନ ପରେ ବି ବିଦା ହୋଇପାରୁନି ଝିଅ

ଅଲିଗଡ,୧୪।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁ ଲୋକଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଯିଏ ଯେଉଁଠାରେ ରହିଛନ୍ତି ସେଠାରେ ହିଁ ଫସି ହୋଇ ଯାଇଛନ୍ତି। ଲକ୍‌ଡାଉନ୍‌ ଯୋଗୁ ଏକ ବରଯାତ୍ରୀ ଫସି ଯାଇଥିବା ବେଳେ ବିବାହର ୧୮ ଦିନ ପରେ ବି ଝିଅ ବିଦା ହୋଇପାରିନାହିଁ। ଏଭଳି ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଅଲିଗଡରେ। ସୂଚନାଯୋଗ୍ୟ, ଅତରୋଲି କୋତଓ୍ବାଲି ଅଞ୍ଚଳର ବିଧିପୁର ଗାଁରେ ରହୁଥିବା ନରପତ ସିଂହ ଆର୍ଯ୍ୟଙ୍କ ଝିଅର ବାହାଘର ମାର୍ଚ୍ଚ ୨୨ରେ ଅନୁଷ୍ଠିତ ହୋଇଥିଲା। ଝାଡଖଣ୍ଡର ଧାନବାଦ ଜିଲାର ତୋପଞ୍ଚାଚି ଗାଁରୁ ବିଧିପୁର ଗାଁକୁ ବରଯାତ୍ରୀ ଆସିଥିଲା। ରୀତିନୀତି ଅନୁଯାୟୀ ବିବାହ ମଧ୍ୟ ସମ୍ପର୍ଣ୍ଣ ହୋଇଥିଲା। ସକାଳ ପାହିଲେ ଝିଅ ବିଦା ହୋଇ ନୂଆ ଘର ସଂସାର କରିବ ବୋଲି ସମସ୍ତେ ସ୍ବପ୍ନ ଦେଖିଥିଲେ। ହେଲେ ସମସ୍ତଙ୍କ ଆଶା ଆଶାରେ ହି ରହିଯାଇଥିଲା। କାରଣ ଏହାରି ଭିତରେ ସାରା ଦେଶରେ ଜନତା କର୍ଫ୍ୟୁ ଓ ଲକ୍‌ଡାଉନ୍‌ ଘୋଷଣା ହୋଇଯାଇଥିଲା। ଫଳରେ ବର ଓ ବରଯାତ୍ରୀ ଆଉ ନିଜ ଘରକୁ ଫେରି ପାରି ନ ଥିଲେ। ଏନେଇ ପ୍ରଶାସନକୁ ଅବଗତ କରାଯାଇଥିଲା। ଏହାପରେ ପ୍ରଶାସନର ଏକ ଟିମ୍‌ ଉକ୍ତ ଗାଁରେ ପହଞ୍ଚି ସମସ୍ତ ବରଯାତ୍ରୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରିଥିଲା। ଏଥିସହ ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ଖାଦ୍ୟ ପାନୀୟର ମଧ୍ୟ ବ୍ୟବସ୍ଥା କରାଯାଇଥିଲା। ଗୋଟିଏ ଓଳି ଝିଅ ପକ୍ଷରୁ ସେମାନଙ୍କୁ ଖାଇବାକୁ ଦିଆଯାଉଥିବା ବେଳେ ଆଉ ଗୋଟିଏ ଓଳି ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ତେବେ ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ଏପ୍ରିଲ ୧୪ରେ ଏହାର ଅବଧି ଶେଷ ହେଉଥିଲା। ଏହାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୫ରେ ବରକନ୍ୟା ଓ ବରଯାତ୍ରୀ ନିଜ ରାଜ୍ୟକୁ ଫେରିଯିବା ପାଇଁ ପ୍ରଶାସନକୁ ନିବେଦନ କରିଥିଲେ। ହେଲେ ସ୍ବାସ୍ଥ୍ୟ ବିଭାଗର କହିବା ଅନୁଯାୟୀ ସମସ୍ତ ବରଯାତ୍ରୀଙ୍କ ଯାଞ୍ଚ କରାଯାଇଛି ଏବଂ ସେମାନେ ସମସ୍ତେ ସୁସ୍ଥ ମଧ୍ୟ ଅଛନ୍ତି। ତେବେ ଲକ୍‌ଡାଉନ୍‌ ଶେଷ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ସ୍ବାସ୍ଥ୍ୟ ବିଭାଗ କହିଥିଲେ। କିନ୍ତୁ ମଙ୍ଗଳବାର ଏହି ଲକ୍‌ଡାଉନ୍‌ର ଅବଧି ବୃଦ୍ଧି ପାଇଛି। ମଙ୍ଗଳବାର ସକାଳ ୧୦ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ମୋଦି ଲକ୍‌ଡାଉନ୍‌ର ଅବଧିକୁ ମେ’ ୩ଯାଏ ବୃଦ୍ଧି କରିଛନ୍ତି। ଫଳରେ ବରଯାତ୍ରୀ ଓ ଝିଅ ବିଦା ହେବା ଏବେ କଷ୍ଟକର ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri