ବିବାହର ୪ ମାସ ପରେ ନବବଧୂଙ୍କୁ ହତ୍ୟା

ବାହାନଗା, ୩୦ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ରସାଳପୁର ପଞ୍ଚାୟତ ଶାସଙ୍ଗ ଗ୍ରାମରେ ବିବାହର ୪ ମାସ ପରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ହେବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ କରାଯାଇ ନ ଥିବାରୁ ମହିଳାଙ୍କ ପରିବାର ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ବାଲେଶ୍ୱର ଜିଲା ନୀଳଗିରି ଥାନା ପ୍ରତାପଡାସ୍ଥିତ ନରସିଂହପୁର ଗ୍ରାମର ବରେନ୍ଦ୍ର ମଲ୍ଲିିକଙ୍କ ଝିଅ ବିଜୟଲକ୍ଷ୍ମୀ ବାଲେଶ୍ୱରରେ ପାଠ ପଢୁଥିବା ବେଳେ ସଦର ଥାନା ଅଧୀନ ଶାସଙ୍ଗ ଗ୍ରାମର ସିପୁ ମଲ୍ଲିକ(୨୫)ଙ୍କୁ ୪ ମାସ ପୂର୍ବେ ପ୍ରେମ ବିବାହ କରିଥିଲେ। ବିବାହର କିଛି ଦିନ ପରେ ବିଜୟଲକ୍ଷ୍ମୀଙ୍କୁ ତାଙ୍କ ଶାଶୁଘର ଲୋକେ ଯୌତୁକ ବାବଦକୁ ୫୦ହଜାର ଟଙ୍କା ଓ ସୁନା ହାର ମାଗିଥିଲେ। ଏଥିପାଇଁ ବିଜୟଲକ୍ଷ୍ମୀଙ୍କୁ ଅଧିକାଂଶ ସମୟ ନିର୍ଯାତନା ଦିଆଯାଉଥିଲା। ଗତ ୨୫ତାରିଖରେ ଶେଷରେ ଶାଶୁ ଘର ଲୋକେ ଯୌତୁକ ବାବଦ କିଛି ନ ପାଇ ମାରିଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ବିଜୟଲକ୍ଷ୍ମୀଙ୍କ ବାପଘର ଲୋକେ ଝିଅ ଘରକୁ ଯାଇଥିଲେ ମଧ୍ୟ ପାଇ ନ ଥିଲେ। ପଡୋଶୀଙ୍କଠାରୁ ଖବରପାଇ ବାପଘର ଲୋକେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଯିବା ବେଳକୁ ଝିଅର ମୃତଦେହ ଦେଖିଥିଲେ। ଝିଅର ମା’ ସାବିତ୍ରୀ ମଲ୍ଲିକ ଏନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri