ବିବାହର ୪ ମାସ ପରେ ନବବଧୂଙ୍କୁ ହତ୍ୟା

ବାହାନଗା, ୩୦ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ରସାଳପୁର ପଞ୍ଚାୟତ ଶାସଙ୍ଗ ଗ୍ରାମରେ ବିବାହର ୪ ମାସ ପରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ହେବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ କରାଯାଇ ନ ଥିବାରୁ ମହିଳାଙ୍କ ପରିବାର ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ବାଲେଶ୍ୱର ଜିଲା ନୀଳଗିରି ଥାନା ପ୍ରତାପଡାସ୍ଥିତ ନରସିଂହପୁର ଗ୍ରାମର ବରେନ୍ଦ୍ର ମଲ୍ଲିିକଙ୍କ ଝିଅ ବିଜୟଲକ୍ଷ୍ମୀ ବାଲେଶ୍ୱରରେ ପାଠ ପଢୁଥିବା ବେଳେ ସଦର ଥାନା ଅଧୀନ ଶାସଙ୍ଗ ଗ୍ରାମର ସିପୁ ମଲ୍ଲିକ(୨୫)ଙ୍କୁ ୪ ମାସ ପୂର୍ବେ ପ୍ରେମ ବିବାହ କରିଥିଲେ। ବିବାହର କିଛି ଦିନ ପରେ ବିଜୟଲକ୍ଷ୍ମୀଙ୍କୁ ତାଙ୍କ ଶାଶୁଘର ଲୋକେ ଯୌତୁକ ବାବଦକୁ ୫୦ହଜାର ଟଙ୍କା ଓ ସୁନା ହାର ମାଗିଥିଲେ। ଏଥିପାଇଁ ବିଜୟଲକ୍ଷ୍ମୀଙ୍କୁ ଅଧିକାଂଶ ସମୟ ନିର୍ଯାତନା ଦିଆଯାଉଥିଲା। ଗତ ୨୫ତାରିଖରେ ଶେଷରେ ଶାଶୁ ଘର ଲୋକେ ଯୌତୁକ ବାବଦ କିଛି ନ ପାଇ ମାରିଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ବିଜୟଲକ୍ଷ୍ମୀଙ୍କ ବାପଘର ଲୋକେ ଝିଅ ଘରକୁ ଯାଇଥିଲେ ମଧ୍ୟ ପାଇ ନ ଥିଲେ। ପଡୋଶୀଙ୍କଠାରୁ ଖବରପାଇ ବାପଘର ଲୋକେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଯିବା ବେଳକୁ ଝିଅର ମୃତଦେହ ଦେଖିଥିଲେ। ଝିଅର ମା’ ସାବିତ୍ରୀ ମଲ୍ଲିକ ଏନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?