ବିବାହର ୭ ମାସ ନ ପୂରୁଣୁ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ; ମୃତକାଙ୍କ ଭାଇଙ୍କ ଥାନାରେ ଅଭିଯୋଗ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଚୈଗୁଡା ଗ୍ରାମରେ ମଙ୍ଗଳବାର ବିବାହର ୭ ମାସ ନ ପୂରୁଣୁ ଜଣେ ନବବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କ ନାମ ଦୀପାଞ୍ଜଳୀ ମେହେର (୨୬)। ମୃତାକାଙ୍କ ଭାଇ ଆଶିଷ ମେହେର ଭଉଣୀଙ୍କୁ ସୁପରିକଳ୍ପିତ ଭାବେ ହତ୍ୟା କରାଯାଇଥିବା ନେଇ ଜୁନାଗଡ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଜୁନାଗଡ ପୋଲିସ ମୃତାକାଙ୍କ ସ୍ବାମୀ, ଦିଅର, ଶାଶୁଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଜୁନାଗଡ ବ୍ଲକ ଛୋରିଆଗଡ ଗ୍ରାମର ଦୀପାଞ୍ଜଳୀ ମେହେର (୨୬) ଚିଚୈଗୁଡା ଗ୍ରାମର ଧନଞ୍ଜୟ ମେହେର ଓରଫ୍‌ ମନ (୪୦)ଙ୍କୁ ଗତ ଜାନୁୟାରୀ ୨୮ରେ ବୈଦିକ ରୀତିରେ ବିବାହ କରିଥିଲେ। ମଙ୍ଗଳବାର ସକାଳେ ଦୀପାଞ୍ଜଳୀଙ୍କୁ ମୃତ୍ୟୁ ହୋଇଥିବା ନେଇ ଚିଚୈଗୁଡା ଗ୍ରାମର ସମ୍ପର୍କୀୟଙ୍କଠୁ ମୃତାକାଙ୍କ ମା’ ଘର ଲୋକେ ହଠାତ୍‌ ଖବର ପାଇଥିଲେ। ସ୍ବାମୀ, ଦିଅର ଓ ଶାଶୁ ସମସ୍ତେ ମିଶି ସୁପରିକଳ୍ପିତ ଭାବେ ଦୀପାଞ୍ଜଳୀଙ୍କୁ ହତ୍ୟା କରିଥିବା ନେଇ ମୃତାକାଙ୍କ ଭାଇ ଆଶିଷ ଜୁନାଗଡ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଜୁନାଗଡ ଥାନା ଏସ୍‌ଆଇ କୃଷ୍ଣଚନ୍ଦ୍ର ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଜୁନାଗଡ ବିଡିଓ ଦୁଳାରାମ ମାରାଣ୍ଡିଙ୍କ ଉପସ୍ଥିତିରେ ମୃତଦେହ ଜବତ କରାଯାଇ ବ୍ୟବଚ୍ଛେଦ ପାଇଁ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା। ସନ୍ଧ୍ୟା ହେବା ଯୋଗୁ ବୁଧବାର ବ୍ୟବଚ୍ଛେଦ ହେବ ବୋଲି ଜଣାପଡିଛି। ଏ ନେଇ ଥାନାରେ ଏକ ମାମଲା (ନଂ. ୧୮୩/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri