ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ବଡବିଲ, ୨୩।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ସେଡିଂ ଅଞ୍ଚଳର ସୁଜାତା କାରୁଆ ନାମ୍ନୀ ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଯୌତୁକ ନିର୍ଯାତନା ସହି ନ ପାରି ସୁଜାତା ବିଷଖାଇ ଆତ୍ମହତ୍ୟା କରିଥିବା ତାଙ୍କ ବାପଘର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ବଡବିଲ ଥାନାରେ ଦଫା ୪୯୮(ଏ)/୩୦୬ ଆଇପିସିରେ ଏକ ମାମଲା (ନଂa. ୧୪୮/୨୦୧୯) ରୁଜୁ କରି ମୃତ ମହିଳାଙ୍କ ସ୍ବାମୀଙ୍କୁ ଥାନାରେ ଅଟକ ରଖିଛି।
ଥାନା ଆଇଆଇସି ସୁଶାନ୍ତ ଦାଶଙ୍କ ସୂଚନା ଅନୁଯାୟୀ, ଗତ ଏକ ବର୍ଷ ତଳେ ବଡବିଲ ଉପର ବସ୍ତିରେ ରହୁଥିବା ଦୁର୍ଯ୍ୟୋଧନ କାରୁଆଙ୍କ ଝିଅ ସୁଜାତାଙ୍କୁ ସେଡିଂରେ ରହୁଥିବା ଜଣେ ଯୁବକ ପ୍ରେମ ବିବାହ କରିଥିଲେ। ତେବେ ବିବାହ ପରେ ଯୌତୁକ ପାଇଁ ସେ ବାରମ୍ବାର ନିର୍ଯାତନା ଦେଇ ଆସୁଥିଲେ। ନିର୍ଯାତନା ସହି ନ ପାରି ସୁଜାତା ସୋମବାର ସକାଳେ ବିଷ ଖାଇ ଆତ୍ମହତ୍ୟା କରିଥିବା ତାଙ୍କ ବାପଘର ପକ୍ଷରୁ ଅଭିଯୋଗ ହୋଇଛି। ସୁଜାତା ବିଷ ଖାଇବା ପରେ ତାଙ୍କୁ ଡାକ୍ତରଖାନାକୁ ନେବା ବଦଳରେ ତାଙ୍କ ସ୍ବାମୀ ଶ୍ୱଶୁର ଘରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇଥିଲେ। ତେବେ ସେ ନିଜେ ବିଷ ଖାଇଛନ୍ତି ନା ତାଙ୍କୁ ବିଷ ଖୁଆଯାଇଛି ତାହା ପୋଲିସ ତଦନ୍ତ ଆରମ୍ଭ କରିଛି। ତେବେ ବିବାହର ମାତ୍ର ୧ ବର୍ଷ ୩ ମାସ ହୋଇଥିବାରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପଞ୍ଚାନାମା କରାଯିବା ସହ ଚମ୍ପୁଆରେ ଏକ ସ୍ବତନ୍ତ୍ର ଡାକ୍ତରୀଦଳ ଦ୍ୱାରା ମୃତଦେହ ବ୍ୟବଚ୍ଛେଦ କରାଯାଇଥିବା ତଦନ୍ତକାରୀ ପୋଲିସ ଅଫିସର ବୁଧିରାମ ସୋଏ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri