ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ବଡବିଲ, ୨୩।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ସେଡିଂ ଅଞ୍ଚଳର ସୁଜାତା କାରୁଆ ନାମ୍ନୀ ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଯୌତୁକ ନିର୍ଯାତନା ସହି ନ ପାରି ସୁଜାତା ବିଷଖାଇ ଆତ୍ମହତ୍ୟା କରିଥିବା ତାଙ୍କ ବାପଘର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ବଡବିଲ ଥାନାରେ ଦଫା ୪୯୮(ଏ)/୩୦୬ ଆଇପିସିରେ ଏକ ମାମଲା (ନଂa. ୧୪୮/୨୦୧୯) ରୁଜୁ କରି ମୃତ ମହିଳାଙ୍କ ସ୍ବାମୀଙ୍କୁ ଥାନାରେ ଅଟକ ରଖିଛି।
ଥାନା ଆଇଆଇସି ସୁଶାନ୍ତ ଦାଶଙ୍କ ସୂଚନା ଅନୁଯାୟୀ, ଗତ ଏକ ବର୍ଷ ତଳେ ବଡବିଲ ଉପର ବସ୍ତିରେ ରହୁଥିବା ଦୁର୍ଯ୍ୟୋଧନ କାରୁଆଙ୍କ ଝିଅ ସୁଜାତାଙ୍କୁ ସେଡିଂରେ ରହୁଥିବା ଜଣେ ଯୁବକ ପ୍ରେମ ବିବାହ କରିଥିଲେ। ତେବେ ବିବାହ ପରେ ଯୌତୁକ ପାଇଁ ସେ ବାରମ୍ବାର ନିର୍ଯାତନା ଦେଇ ଆସୁଥିଲେ। ନିର୍ଯାତନା ସହି ନ ପାରି ସୁଜାତା ସୋମବାର ସକାଳେ ବିଷ ଖାଇ ଆତ୍ମହତ୍ୟା କରିଥିବା ତାଙ୍କ ବାପଘର ପକ୍ଷରୁ ଅଭିଯୋଗ ହୋଇଛି। ସୁଜାତା ବିଷ ଖାଇବା ପରେ ତାଙ୍କୁ ଡାକ୍ତରଖାନାକୁ ନେବା ବଦଳରେ ତାଙ୍କ ସ୍ବାମୀ ଶ୍ୱଶୁର ଘରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇଥିଲେ। ତେବେ ସେ ନିଜେ ବିଷ ଖାଇଛନ୍ତି ନା ତାଙ୍କୁ ବିଷ ଖୁଆଯାଇଛି ତାହା ପୋଲିସ ତଦନ୍ତ ଆରମ୍ଭ କରିଛି। ତେବେ ବିବାହର ମାତ୍ର ୧ ବର୍ଷ ୩ ମାସ ହୋଇଥିବାରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପଞ୍ଚାନାମା କରାଯିବା ସହ ଚମ୍ପୁଆରେ ଏକ ସ୍ବତନ୍ତ୍ର ଡାକ୍ତରୀଦଳ ଦ୍ୱାରା ମୃତଦେହ ବ୍ୟବଚ୍ଛେଦ କରାଯାଇଥିବା ତଦନ୍ତକାରୀ ପୋଲିସ ଅଫିସର ବୁଧିରାମ ସୋଏ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri