ବିବାହ ଉତ୍ସବ ପାଲଟିଲା ଶୋକାକୁଳ ପରିବେଶ : ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ଜୀବନ ଗଲା

ରୂପ୍‌ସା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଛାନୁଆ ପଞ୍ଚାୟତ ଅନ୍ତର୍ଗତ ସୋଲପଟା ବଗଚରା ଗ୍ରାମରେ ଶନିବାର ଏକ ବିବାହ ଭୋଜି ଧୁମ୍‌ଧାମ୍‌ରେ ଚାଲିଥିବା ବେଳେ ଘଟିଛି ଏକ ଦୁଃଖଦ ଘଟଣା। ଭୋଜିରେ ଯୋଗ ଦେବାକୁ ଆସିଥିବା ୨ ନାବାଳିକା ଘରପାଖ ପୋଖରୀରେ ବୁଡିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହୋଇଯିବା ପରେ ଖୁସିର ମାହୋଲ ପାଲଟିଯାଇଥିଲା ଶୋକାକୁଳ ପରିବେଶ। ୨ ଝିଅଙ୍କୁ ହରାଇ ପରିବାର ଲୋକଙ୍କ ସହ ବନ୍ଧୁବାନ୍ଧବ ଦୁଃଖରେ ଭାଙ୍ଗିପଡିଛନ୍ତି।
ଏହି ଗ୍ରାମର ମୃତ୍ୟୁଞ୍ଜୟ ପ୍ରମାଣିକଙ୍କ ପୁଅ ଦେବୀଶଙ୍କରଙ୍କ ଶୁକ୍ରବାର ବିବାହ ଅନୁଷ୍ଠିତ ହୋଇଥିଲା। ଶନିବାର ଥିଲା ଭୋଜି। ବନ୍ଧୁବାନ୍ଧବ, ଦୂରସମ୍ପର୍କୀୟ ଓ ପରିବାରବର୍ଗ ସମସ୍ତେ ଏକାଠି ହୋଇଥିଲେ। ଅପରାହ୍ନ ପ୍ରାୟ ସାଢେ ଗୋଟାଏ ବେଳେ ବର୍ଷା ଛାଡ଼ି ଯିବା ପରେ ମୃତ୍ୟୁଞ୍ଜୟଙ୍କ ସମ୍ପର୍କୀୟ ୨ ନାତୁଣୀ ବର୍ଷା(୭) ଓ ଇତିଶ୍ରୀ(୬) ଘର ପାଖ ପୋଖରୀହୁଡ଼ାରେ ବୁଲୁଥିଲେ। ଅସାବଧାନତାବଶତଃ ସେମାନେ ପୋଖରୀ ପାଣିରେ ପଡ଼ିଯାଇଥିଲେ। ପରିବାର ଲୋକେ ସେମାନଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଯାଇଥିଲେ। ହେଲେ ସେତେବେଳକୁ ଉଭୟଙ୍କର ପ୍ରାଣବାୟୁ ଉଡିଯାଇଥିଲା। ଡାକ୍ତର ନାବାଳିକାଦ୍ୱୟଙ୍କୁ ମୃତ ଘୋଷଣା କରିଥିଲେ। ବର୍ଷା ମୃତ୍ୟୁଞ୍ଜୟଙ୍କ ପୁତୁରା ଅନୁକୂଳ ପ୍ରମାଣିକଙ୍କ ଝିଅ ହୋଇଥିବା ବେଳେ ଇତିଶ୍ରୀ ମୃତ୍ୟୁଞ୍ଜୟଙ୍କ ଝିଆରୀଙ୍କ ଝିଅ ଅଟନ୍ତି। ଇତିଶ୍ରୀଙ୍କ ଘର ସିଂଲା ଥାନା ଆଳୁମେଦା ଗ୍ରାମରେ। ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୪।୭: ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri