Posted inଜାତୀୟ

ବିବାହ କଥା ଉଠିବାରୁ ୩ ଦିନ ଧରି କବାଟ ବନ୍ଦ କରି ରହିଥିଲେ ଅଟଳ ବିହାରୀ ବାଜପେୟୀ

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସଫଳ ରାଜନୈତିକ କ୍ୟାରିୟର ରହିଥିଲା। ୧୯୨୪, ଡିସେମ୍ବର ୨୫ରେ ସେ ଗ୍ବାଲିୟରରେ ଜନ୍ମଗ୍ରହଣ କରିଥିଲେ। ଅଟଳ ଜୀ ସାରା ଜୀବନ ଅବିବାହିତ ରହିଥିଲେ। ଥରେ ବାଜପେୟୀଙ୍କୁ ପଚରା ଯାଇଥିଲା ଆପଣ ଅବିବାହିତ କାହିଁକି ଅଛନ୍ତି? ଏହାର ଉତ୍ତରରେ ନିଜ ମଜାକିଆ ଅନ୍ଦାଜରେ ସେ କହିଥିଲେ ‘ମୁଁ ଅବିବାହିତ ସତ କିନ୍ତୁ କୁଆଁରା ନୁହେଁ’। ବାଜପେୟୀଙ୍କ ମୁହଁରୁ ଏଭଳି କଥା ଶୁଣି ଗଣମାଧ୍ୟମରେ ତାଙ୍କ ବ୍ୟକ୍ତିଗତ ଜୀବନୀକୁ ନେଇ ବିଭିନ୍ନ ଗୁଜବ ଉଠିଥିଲା। ଅଟଳ ବିହାରୀ ବାଜପେୟୀ କୁଆଡେ ଜଣେ ରାଜକୁମାରୀଙ୍କ ପ୍ରେମରେ ପଡିଥିଲେ। କିନ୍ତୁ ଏହି ପ୍ରେମ କାହାଣୀ ଉପରେ କେବେ ବି ହେଲେ ବେଶୀ ଚର୍ଚ୍ଚା ହୋଇ ନାହିଁ। ବାଜପେୟୀଙ୍କ ସାଙ୍ଗ ଗୋରେ ଲାଲ ତ୍ରିପାଠୀଙ୍କ ପୁଅ ବିଜୟ ପ୍ରକାଶ କହିଥିଲେ, ଥରେ ଅଟଳ ଜୀଙ୍କ ପରିବାର ଲୋକେ ତାଙ୍କ ବିବାହ ବିଷୟରେ କଥାବାର୍ତ୍ତା ଆରମ୍ଭ କରିଥିଲେ। ଏହା ଶୁଣି ସେ ତାଙ୍କ ସାଙ୍ଗଙ୍କ ଘରେ ୩ ଦିନ ଯାଏ ଲୁଚି ରହିଥିଲେ। ଦେଶ ସେବା କରିବାକୁ ଚାହୁଁଥିବାରୁ ବିବାହ ପାଇଁ ବାଜପେୟୀ ଅରାଜି ଥିଲେ ବୋଲି ତାଙ୍କ ବନ୍ଧୁ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri