ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରିସାରିଛନ୍ତି ଯୁବରାଜ

କର୍କଟକୁ ଜିତି ପୁଣି କ୍ରିକେଟ ପଡ଼ିଆକୁ ଜବରଦସ୍ତ ଏଣ୍ଟ୍ରି ମାରିଥିବା ଯୁବରାଜ ସିଂହ ସୋମବାର କ୍ରିକେଟକୁ ଅଲବିଦା କହିଛନ୍ତି। କ୍ରିକେଟ ଜଗତର ଏହି ବାମହାତୀ ବ୍ୟାଟ୍ସମ୍ୟାନ୍‌ କ୍ରିକେଟରେ ଯେତିକି ଲୋକପ୍ରିୟ, ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ସେତିକି ଚର୍ଚ୍ଚିତ। ଖାସ୍‌ ଭାବେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ସବୁଠି ଚର୍ଚ୍ଚା ହେଉଥିଲା।  ଦୀପିକା ପାଦୁକୋନଙ୍କଠାରୁ ଆରମ୍ଭ କରି ପ୍ରୀତି ଜିଣ୍ଟାଙ୍କ ପର୍ଯ୍ୟନ୍ତ ଅଭିନେତ୍ରୀଙ୍କୁ ସେ ଡେଟିଂ କରୁଥିଲେ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଥିଲା। କିନ୍ତୁ ଶେଷରେ ମଡେଲ ହେଜେଲ କିଚ୍‌ଙ୍କୁ ସେ ବିବାହ କରିଥିଲେ।  ନଜର ପକାଇବା ୟୁବିଙ୍କ ପ୍ରେମିକା ତାଲିକା ଉପରେ।

କିମ୍‌ ଶର୍ମା: ଫିଲ୍ମ ‘ମହବତେ’ ଅଭିନେତ୍ରୀ କିମ୍‌ ଶର୍ମାଙ୍କ ନାମ ଯୁବରାଜଙ୍କ ସହ ଯୋଡ଼ି ହୋଇଥିଲା। ଏହି ଯୋଡିକୁ ନେଇ ଉକ୍ତ ସମୟରେ ଚର୍ଚ୍ଚା ମଧ୍ୟ ଜୋର୍‌ ଧରିଥିଲା। ପାଖାପାଖି ୪ ବର୍ଷ ଲିଭ୍‌-ଇନ୍‌ରେ ରହିବା ପରେ ୨୦୦୭ରେ ସେମାନେ ପରସ୍ପରଠାରୁ ଅଲଗା ହୋଇଯାଇଥିଲେ। କୁହାଯାଏ, ଯୁବରାଜଙ୍କ ମା’ ଶବନମ କିମ୍‌ଙ୍କୁ ପସନ୍ଦ କରୁ ନ ଥିଲେ। ତେଣୁ ମା’ଙ୍କ କଥା ମାନି ଯୁବରାଜ କିମ୍‌ଠାରୁ ଦୂରେଇ ଯାଇଥିଲେ।

ଦୀପିକା ପାଦୁକୋନ: ୨୦୦୭ରେ ଯୁବରାଜଙ୍କ କ୍ୟାରିୟର ଭଲ ଚାଲିଥିଲା। ଟି-୨୦ ବିଶ୍ୱକପ୍‌ ସମୟରେ ତାଙ୍କ ବ୍ୟାଟିଂ ଖୁବ୍‌ ଚର୍ଚ୍ଚାରେ ଥିଲା। ଏହି ସମୟରେ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ସହ ତାଙ୍କ ନାମ ଯୋଡ଼ି ହୋଇଥିଲା। ଦୀପିକା ତାଙ୍କ ମ୍ୟାଚ୍‌ ଦେଖିବା ପାଇଁ ଷ୍ଟାଡିୟମ୍‌ରେ ମଧ୍ୟ ପହଞ୍ଚି ଯାଉଥିଲେ। ମାତ୍ର ଏହି ଯୋଡି ବେଶୀ ଦିନ ପର୍ଯ୍ୟନ୍ତ ତିଷ୍ଠି ପାରି ନ ଥିଲା।

ପ୍ରୀତି ଜିଣ୍ଟା: ଦୀପିକାଙ୍କ ସହ ପ୍ରେମ ସମ୍ପର୍କ ଭାଙ୍ଗିବା ପରେ ଯୁବରାଜ ପ୍ରୀତି ଜିଣ୍ଟାଙ୍କ ନିକଟତର ହୋଇଥିଲେ। ଏହାର କାରଣ ଥିଲା ଆଇପିଏଲ୍‌। ପ୍ରୀତି ‘କିଙ୍ଗ୍‌ ଇଲେଭେନ୍‌ ପଞ୍ଜାବ’ ଟିମ୍‌ର ସହମାଲିକାଣୀ ଥିବାବେଳେ ଯୁବରାଜ ଏହି ଟିମ୍‌ ପକ୍ଷରୁ ଖେଳୁଥିଲେ। ମ୍ୟାଚ୍‌ ସମୟରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ବଢ଼ିଲା। ମାତ୍ର ସେମାନେ ଏହି ସମ୍ପର୍କକୁ ବନ୍ଧୁତ୍ୱର ନାମ ଦେଇଥିଲେ।

ରିୟା ସେନ୍‌: ରିୟା ସେନ୍‌ଙ୍କ ସହ ଯୁବରାଜଙ୍କ ନାମ ଖୁବ୍‌ ଚର୍ଚ୍ଚାରେ ଥିଲା। ଏହି ଯୋଡିଙ୍କୁ ଅଧିକାଂଶ ସମୟରେ ଏକାଠି ଦେଖିବାକୁ ମିଳୁଥିଲା। ମାତ୍ର ସେମାନେ ନିଜ ସମ୍ପର୍କକୁ ନେଇ କେବେ ହେଲେ ମୁହଁ ଖୋଲି ନାହାନ୍ତି। କିଛି ଦିନ ପରେ ଏହି ସମ୍ପର୍କରେ ମଧ୍ୟ ପୂର୍ଣ୍ଣଛେଦ ପଡ଼ିଲା। ଖାଲି ସେତିକି ନୁହେଁ ଯୁବରାଜଙ୍କ ନାମ ଅହୁରି ଅନେକ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ମଧ୍ୟ ଯୋଡ଼ି ହୋଇଛି। ସେମାନେ ହେଲେ ମିନିଷା ଲାମ୍ବା, ସୁପର ମଡେଲ ଆଞ୍ଚଲ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri