ଫିରିଙ୍ଗିଆ,୨୯ା୨: ବିବାହ ପାଇଁ ବରଘରେ ଥିବା ଜଣେ ନାବାଳିକାଙ୍କୁ ପୋଲିସ, ଚାଇଲ୍ଡ ଲାଇନ ଓ ଫିରିଙ୍ଗିଆ ସମନ୍ବିତ ଶିଶୁ ବିକାଶ ପକ୍ଷରୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ତାଙ୍କୁ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଯାଇଥିଲା। ଅଧ୍ୟକ୍ଷ ଅଶୋକ ବେହେରା ବାଲିଗୁଡ଼ା ସ୍ଥିତ ବନବାସୀ ସେବା ସମିତି ଶିଶୁ ଯତ୍ନ ଗୃହରେ ଅସ୍ଥାୟୀ ଭାବେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେଳାପଡ଼ା ପଞ୍ଚାୟତର ଜଣେ ଯୁବକଙ୍କ ଘରେ ଖଜୁରିପଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପାଇଁ ଆଣି ପରିବାର ସହମତିରେ ରଖାଯାଇଥିଲା। ଏନେଇ ଚାଇଲ୍ଡ ଲାଇନ ହେଲ୍ପ ନମ୍ବରକୁ ଖବର ମିଳିବା ପରେ ଫିରିଙ୍ଗିଆ ସିଡିପିଓ ମଞ୍ଜୁଳା ପ୍ରଧାନଙ୍କ ନେତୃତ୍ୱରେ କାଉନ୍ସେଲର ସୁପ୍ରଭା ନାୟକ ଓ ସଭ୍ୟ ଅନୁପ କୁମାର ସାହୁ ଓ ଫିରିଙ୍ଗିଆ ପୋଲିସ ପହଞ୍ଚି ଉଦ୍ଧାର କରିଥିଲେ।
ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା
ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…
ଜାତୀୟ ରାଜପଥର ଫୁଟ୍ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…
ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…
ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ
ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…
ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର
ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍ ବ୍ରେକ୍ ମାରିବାରୁ, ଘଟିଲା…
ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…
କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ
ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍ଜିଏନ୍ଆର୍ଇଜିଏସ୍ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…
୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ
ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…
Archives

