ଆସିକା,୨ା୯(ଡି.ଏନ୍.ଏ.): ବାଡୁଳା ଗ୍ରାମର ଜଣେ ଯୁବକ ଭଞ୍ଜନଗରର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଗାଙ୍ଗପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅଜିତ୍ ଗୌଡ। ଗାଙ୍ଗପୁର ଥାନାରେ ନଂ.୧୪୧/୧୯ରେ ଏକ ମାମଲା ରୁଜୁ କରି ରବିବାର ଅଜିତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଅଭିଯୁକ୍ତ ଜଣକ ଭଞ୍ଜନଗରର ଜଣେ ଯୁବତୀଙ୍କ ସହ ବର୍ଷେ ହେଲା ବିବାହ ପ୍ରତିଶ୍ରୁତି ଦେଇ ସମ୍ପର୍କ ରଖିଥିଲେ। ପରେ ତାଙ୍କୁ କଟକ ନେଇ ଚାଲିଯାଇଥିଲେ। ସେଠାରେ ଏକ ଘର ଭଡାନେଇ ରହୁଥିଲେ। ଯୁବତୀ ଜଣକ ପାଞ୍ଚ ମାସର ଗର୍ଭବତୀ ଥିବାବେଳେ ଅଭିଯୁକ୍ତ ତାଙ୍କୁ ଛାଡି ଫେରାର ହୋଇଯାଇଥିଲେ। ଶେଷରେ ଯୁବତୀ ଜଣକ ନିରୁପାୟ ହୋଇ ଗାଙ୍ଗପୁର ଥାନାରେ ଅଭିଯୋଗ କରିଥିଲେ।
୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା
ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…
ଏଣିକି ନିଜ ଲଢ଼େଇ ନିଜର
ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…
ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ
ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…
ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ
ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍…
ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…
ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…
ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ
ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…
ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍
ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…
ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…
Archives

