ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ

ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟାୟ ନ ମିଳିଲେ ପୀଡ଼ିତା ଜଣକ ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଛନ୍ତି। ଅଭିଯୁକ୍ତ ପ୍ରେମିକ ଫେରାର ଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ପୋଲିସ ନିକଟରେ ହୋଇଥିବା ଅଭିଯୋଗ ଅନୁଯାୟୀ, ପୀଡ଼ିତାଙ୍କ ଘର ମହାବିରୋଡ ଫାଣ୍ଡି ଅଞ୍ଚଳରେ। ଆମ୍ବପଳାସ ଗ୍ରାମର ସୂର୍ଯ୍ୟକାନ୍ତ ସାହୁ ଓରଫ୍‌ ପପୁଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ିଉଠିଥିଲା। ବିବାହ ପ୍ରତିଶ୍ରୁତି ଦେଇ ସେ ୩ ବର୍ଷ ହେଲା ଶାରୀରିକ ସମ୍ପର୍କ ରଖିଆସୁଥିଲେ। ଯୁବତୀ ଜଣକ ବିବାହ କରିବାକୁ କହିବାରୁ ଧରା ଛୁଅଁ। ଦେଉ ନ ଥିଲେ। ଏଥିରେ ନିରାଶ ହୋଇ ସେ ଡିସେମ୍ବର ୨୨ରେ ଆମ୍ବପଳାସ ଆସି ଯୁବକଙ୍କ ପରିବାର ଲୋକଙ୍କୁ ସବୁ କଥା କହିଥିଲେ। ଏଥିସହ ବୋହୂ ସ୍ବୀକୃତି ଦେବାକୁ ଅଡ଼ି ବସିଥିଲେ। ତେବେ ସନ୍ଧ୍ୟାରେ ପପୁଙ୍କ ପରିବାର ଲୋକେ ତାଙ୍କୁ ମାଡ଼ ମାରିଥିଲେ। ମୋବାଇଲ ଭାଙ୍ଗିଦେବା ସହ ଜୋରଜବରଦସ୍ତ ବାଇକ୍‌ରେ ବସାଇ ଯୁବତୀଙ୍କ ଗଁ। ମୁଣ୍ଡରେ ଛାଡ଼ି ଆସିଥିଲେ। ଘଟଣା ସମ୍ପର୍କରେ ପୀଡ଼ିତା ପରଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ଉଭୟ ପକ୍ଷଙ୍କୁ ଡକାଇ ଏହାର ସମାଧାନ କରିଥିଲା। ଯୁବକଙ୍କ ପରିବାର ଯୁବତୀଙ୍କୁ ବୋହୂ କରି ନେବାକୁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ପରେ ସେମାନେ ଆଉ ଧରାଛୁଅଁ। ଦେଉନାହାନ୍ତି। ଏହାର ପ୍ରତିବାଦରେ ଯୁବତୀ ଜଣକ ଶୁକ୍ରବାର ପୁନର୍ବାର ଥାନାର ଦ୍ୱାରସ୍ଥ ହୋଇଥିଲେ। ଏଥିସହ ଘରକୁ ଫେରିବା ବଦଳରେ ଆମ୍ବପଳାସ ଯାଇ ଯୁବକଙ୍କ ଘର ବାରଣ୍ଡାରେ ବସି ରହିଛନ୍ତି। ଅନ୍ୟପଟେ ଯୁବତୀଙ୍କୁ ଦେଖି ଅଭିଯୁକ୍ତ ପ୍ରେମିକଙ୍କ ପରିବାର ଲୋକେ ଫେରାର ହୋଇଯାଇଛନ୍ତି।
ଏ ନେଇ ଯୁବତୀ ଜଣକ କୁହନ୍ତି, ରବିବାର ଯାଏ ସେ ଅପେକ୍ଷା କରିବେ। ଯୁବକଙ୍କ ପରିବାର ଲୋକେ ନ ଆସିଲେ ତାଲା ଭାଙ୍ଗି ଘରେ ପଶିବେ। ଏଥିରେ ବ୍ୟାଘାତ ଦେଲେ ଆତ୍ମହତ୍ୟା କରିବେ। ଥାନାଧିକାରୀ ବିଜୟ କୁମାର ହାଇବ୍ରୁ କୁହନ୍ତି, ଅଭିଯୋଗ ହୋଇଛି। ଅଭିଯୁକ୍ତ ପ୍ରେମିକ ଫେରାର ଅଛନ୍ତି। ଘଟଣାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri