ବିବାହ ପ୍ରତିଶ୍ରୃତି ଦେଇ ଅପହରଣ ମାମଲା : ଅପହୃତା ନାବାଳିକା ତେଲେଙ୍ଗାନାରୁ ଉଦ୍ଧାର

ରସୁଲପୁର,୧୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତ ସାହାପଡ଼ା ଗ୍ରାମର ଯୁକ୍ତ ୨ରେ ପଢ଼ୁଥିବା ଜନୈକା ଛାତ୍ରୀ(୧୭)ଙ୍କୁ ଗତ ମାସ ୨୩ତାରିଖରେ ଅପହରଣ ହୋଇଥିଲା। ଅପହରଣର ୧୭ଦିନ ପରେ ବ୍ରହ୍ମବରଦା ଫାଣ୍ଡି ପୋଲିସ ଅପହୃତା ଓ ଅପହରଣକାରୀଙ୍କୁ ତେଲେଙ୍ଗାନାରୁ ଉଦ୍ଧାର କରି ଧର୍ମଶାଳା ଥାନାରେ ଅଟକ ରଖି ପଚରା ଉଚୁରା ଜାରି ରଖିଛି। ଶୁକ୍ରବାର ଉଭୟଙ୍କ ଡାକ୍ତରୀ ମାଇନା କରିବା ସହ ସିଆରପିସି ଦଫା ୧୬୪ ବଳରେ ମାଜିଷ୍ଟ୍ରେଟଙ୍କ ନିକଟରେ ଅପହୃତା ନାବାଳିକାଙ୍କ ବୟାନ ରେକର୍ଡ କରାଯିବ। ଏଥିସହିତ ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଫାଣ୍ଡି ଅଧିକାରୀ ପରମାନନ୍ଦ ସେଠୀ ସୂଚନା ଦେଇଛନ୍ତି।
ଘଟଣାରୁ ପ୍ରକାଶ ଧର୍ମଶାଳା ବ୍ଲକ ଅରାବଳ ପଞ୍ଚାୟତ ବଡନହଁଗା ଗ୍ରାମର ମାନସ ମଲିକ(୨୪) ନାମକ ଜଣେ ଯୁବକ ଉକ୍ତ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅପହରଣ କରିନେଇଥିଲେ। ଏପରି କି ନାବାଳିକାଙ୍କୁ ତେଲେଙ୍ଗାନାର କେଦାପାଲ୍ଲୀ ଜିଲାରେ ନେଇ ରଖିଥିଲେ। ଏସମ୍ପର୍କରେ ନାବାଳିକାଙ୍କ ପରିବାର ପକ୍ଷରୁ ୨୬ତାରିଖରେ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଅଧାର କରି ପୋଲିସ ଏକ ଅପହରଣ ମାମଲା(ନଂ. ୪୨୫/୧୯) ରୁଜୁ କରି ବିଭିନ୍ନ ସ୍ଥାନରେ ଖୋଜାଖୋଜି କରୁଥିଲା। ପରେ ଅଭିଯୁକ୍ତ ମାନସ ବ୍ୟବହାର କରୁଥିବା ମୋବାଇଲକୁ ଟ୍ରାକିଂ କରି ସେ ତେଲେଙ୍ଗାନାରେ ରହୁଥିବା ଜାଣିବାକୁ ମିଳିଥିଲା। ଉକ୍ତସୂଚନା ଆଧାରରେ ପୋଲିସ ଗତ ମଙ୍ଗଳବାର କେଦାପଲ୍ଲୀ ଯାଇ ମାନସ ଏକ ହୋଟଲରେ ରୋଷୟା ଭାବରେ କାର୍ଯ୍ୟ କରୁଥିବା ଜଣାପଡ଼ିଥିଲା। ପୋଲିସ ଉକ୍ତ ହୋଟେଲରେ ପହଞ୍ଚତ୍ ମାନସଙ୍କୁ ଧରିବା ପରେ ସେ ପୋଲିସ ନିକଟରେ ସବୁ କଥା ସ୍ବୀକାର କରିଥିଲେ। ପରେ ଉଭୟ ମାନସ ଏବଂ ନାବାଳିକାଙ୍କୁ ଓଡ଼ିଶା ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri