ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ  ବଳାତ୍କାର:ଜେଲ ଗଲେ ପ୍ରେମିକ

ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଖଣ୍ଡପଡା ବ୍ଲକ ଗଡିଆସାହି ଫାଣ୍ଡି ସେରଜଙ୍ଗ ଗ୍ରାମର ଗୋପୀନାଥ ବିଶ୍ୱାଳ(୩୦)ା ତାଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦିଆଯାଇଛି ା

ପୋଲିସ ସୂତ୍ରରୁ ପ୍ରକାଶ, ଗଣିଆ ଥାନା ଅଞ୍ଚଳର ଜଣେ ଯୁବତୀ(୨୨)ଙ୍କ ସହ ଗୋପୀନାଥଙ୍କ ଗତ ୧ ବର୍ଷ ହେବ ପ୍ରେମ ସମ୍ପର୍କ ରହିଥିଲା ା କିଛିଦିନ ତଳେ ଯୁବତୀ ଜଣଙ୍କ ନିଜ ସାଙ୍ଗମାନଙ୍କ ସହ କଳାପାଟ ପୀଠ ପରିସରକୁ ବଣଭୋଜି କରିବାକୁ ଆସିଥିଲେ ା ବଣଭୋଜିସ୍ଥଳକୁ ଯୁବତୀ ପ୍ରେମିକ ଗୋପୀନାଥଙ୍କୁ ଫୋନ ଯୋଗେ ଡାକିଥିଲେ । ଭୋଜି ସରିବା ପରେ ସମସ୍ତେ ଘରକୁ ଫେରିଯାଇଥିବା ବେଳେ ଗୋପୀନାଥ ସଂପୃକ୍ତ ଯୁବତୀଙ୍କୁ ଘରେ ଛାଡିଦେବା ପାଇଁ କହିଥିଲେ। ପରେ ଗୋପୀନାଥ ଯୁବତୀଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ବିବାହର ପ୍ରଲୋଭନ ଦେଖାଇ ବଳାକତ୍ାର କରିଥିଲେ ା ଯୁବତୀ ଜଣଙ୍କ ବହୁବାର ବିବାହ କରିବାକୁ ଜିଦ୍‌ ଧରିଥିଲେ ମଧ୍ୟ ଚତୁରତାର ସହ ଗୋପୀନାଥ ଏଡାଇ ଚାଲିଥଲେ। ଶେଷରେ ନିରୁପାୟ ହୋଇ ସମ୍ପୃକ୍ତା ଯୁବତୀ ଜଣଙ୍କ ଗତ ୨୦ତାରିଖରେ ଗଣିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ ା ଥାନା ଅଧିକାରୀ ଦୀପକ କୁମାର ଖଣ୍ଡାୟତରାୟ ଏନେଇ ନଂ ୩୧/୧୯ରେ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରି ଗୁରୁବାର ସକାଳୁ ଗୋପୀନାଥଙ୍କୁ ତାଙ୍କ ନିଜ ଗ୍ରାମ ସେରଜଙ୍ଗରୁ ଗିରଫ କରିଥିଲେ ା ପରେ ଉଭୟଙ୍କୁ ଡାକ୍ତରୀମାଇନା କରିବା ପରେ ଗୋପୀନାଥଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri