ବିବାହ ବନ୍ଧନରେ ବାନ୍ଧିହେଲେ ଓଡ଼ିଆ ବଲିଉଡ୍‌ ଆକ୍ଟ୍ରେସ

ନୂଆଦିଲ୍ଲୀ, ୧୯।୧୨- ଇମ୍ରାନ ହାସିମଙ୍କ ଫିଲ୍ମ ‘ମର୍ଡର ୨’ ଯୋଗୁ ବଲିଉଡ୍‌ରେ ପରିଚୟ ପାଇଥିବା ଓଡ଼ିଆ ଆକ୍ଟ୍ରେସ ସୁଲଗ୍ନା ପାଣିଗ୍ରାହି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଚଳିତ ମାସ ୯ ତାରିଖରେ କମେଡିଆନ ବିଶ୍ୱ କଲ୍ୟାଣ ରଥଙ୍କୁ ବିବାହ କରିଛନ୍ତି ସୁଲଗ୍ନା । ଏ ନେଇ ଶନିବାର ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ସୂଚନା ଦେଇଛନ୍ତି।

ଓଡ଼ିଆ ଅଭିନେତ୍ରୀ ସୁଲଗ୍ନା ବଲିଉଡ୍‌ ପୂର୍ବରୁ ବହୁ ହିନ୍ଦୀ ସିରିଏଲରେ କାମ କରିଥିଲେ। ‘ଅମ୍ବର ଧାରା’ ସିରିଏଲ ଜରିଆରେ ଛୋଟ ସ୍କ୍ରିନରେ ଡେବ୍ୟୁ କରିବା ପରେ ନଜର ଆସିଥିଲେ ଦୋ ସହେଲିୟାଁ ଓ ବିଦାଇରେ ସିରିଏଲରେ। ୨୦୧୧ର ହିଟ୍‌ ଫିଲ୍ମ ମର୍ଡର ୨ରେ ତାଙ୍କୁ କଲେଜ ଛାତ୍ରୀ ଭୂମିକାରେ ଦେଖିବାକୁ ମିଳିଥିଲା, ଯିଏକି ନିଜ ଆର୍ଥିକ ସମସ୍ୟାର ସମାଧାନ ପାଇଁ ପାର୍ଟ ଟାଇମ୍‌ ବେଶ୍ୟାବୃତ୍ତି ଆପଣେଇଥିଲା। ଏହି ଫିଲ୍ମରେ ଇମ୍ରାନ ହାସିମଙ୍କ ବ୍ୟତୀତ ଜ୍ୟାକଲିନ ଫର୍ନାଣ୍ଡିଜ ମୁଖ୍ୟଭୂମିକାରେ ଥିଲେ। ମର୍ଡର ୨ ବ୍ୟତୀତ ଇସ୍କ ଓ୍ବାଲା ଲଭ୍‌, ଗୁରୁ ଦକ୍ଷିଣା ଓ ରେଡ୍‌ ଭଳି ଫିଲ୍ମରେ ଅଭିନୟ କରିଥିଲେ ସୁଲଗ୍ନା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri