ବିବାହ ବନ୍ଧନରେ ବାନ୍ଧିହେଲେ ୨ ମହିଳା ମାଓବାଦୀ

ଫୁଲବାଣୀ ଅଫିସ, ୫ା୧୨:ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ଦୁଇ ମହିଳା ମାଓବାଦୀ ହେଲେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତ ଗୁଡ୍ରି ଗ୍ରାମର ସ୍ବପ୍ନିତା ପାଟମାଝି (ନନ୍ଦିନୀ) ଓ ଛତିଶଗଡ଼ ରାଜ୍ୟ କଙ୍କେର ଜିଲା ଗୁମୁଡ଼ି ଗ୍ରାମର ଫୁଲବତୀ ଉଶେଣ୍ଡି (କରୁଣା)। ନନ୍ଦିନୀ ଦାରିଙ୍ଗବାଡ଼ିର ବିନୋଦଙ୍କୁ ଏବଂ କରୁଣା ଜି. ଉଦୟଗିରି ଅଞ୍ଚଳର ସ୍ବପ୍ନେଶ୍ୱରଙ୍କୁ ବିବାହ କରିଛନ୍ତି। ଉଭୟ ପୁଅଘର ଲୋକେ ପୋଲିସ ରିଜର୍ଭ ପଡ଼ିଆରୁ ବରଯାତ୍ରୀ ସହ ରାଧାକୃଷ୍ଣ ମନ୍ଦିରରେ ପହଞ୍ଚତ୍ଥିଲେ। ପୋଲିସ ପକ୍ଷରୁ ସମସ୍ତଙ୍କୁ ପାଛୋଟି ନିଆଯାଇଥିଲା। ଏହାପରେ ମନ୍ଦିରରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିଲା। ମାଓବାଦୀ କ୍ୟାମ୍ପ ଛାଡ଼ି ନୂଆ ଜୀବନ ଗଢୁଥିବାରୁ ଉଭୟ କରୁଣା ଏବଂ ନନ୍ଦିନୀ ଖୁସି ଅଛନ୍ତି। କନ୍ଧମାଳ ଏସ୍‌ପି ବିନୀତ ଅଗ୍ରୱାଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ବିବାହ କାର୍ଯ୍ୟ ହୋଇଥିଲା।
ନନ୍ଦିନୀ ୨୦୧୮ରେ ମାଓବାଦୀ ସଙ୍ଗଠନରେ ଯୋଗ ଦେଇଥିଲେ। ପ୍ରାୟ ଦେଢ଼ ବର୍ଷ ସଙ୍ଗଠନରେ କାର୍ଯ୍ୟ କରିବା ପରେ ୨୦୧୯ରେ କନ୍ଧମାଳ ଏସ୍‌ପିଙ୍କ ପାଖରେ ଆତ୍ମସମର୍ପଣ କରିଥିଲେ। କରୁଣା ୨୦୦୮ରେ ମାଓବାଦୀ ସଂଗଠନରେ ଯୋଗ ଦେଇଥିଲେ। ସେ ଦୀର୍ଘ ୧୩ ବର୍ଷ ସଙ୍ଗଠନରେ କାମ କରିବା ପରେ ୨୦୨୧ରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ପାଖରେ ଆତ୍ମସମର୍ପଣ କରିଥିଲେ। ପୋଲିସ ପାଖରେ ଆତ୍ମସମର୍ପଣ କରିବା ପରେ ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ଏହି ଦୁଇ ଜଣଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଇଥିଲା। ସେମାନଙ୍କୁ ଆତ୍ମନିର୍ଭରଶୀଳ ହେବା ଲାଗି ସିଲେଇ ତାଲିମ ଯୋଗାଇ ଦିଆଯାଇଛି। ଯେତେବେଳେ ସେମାନେ ବିବାହ କରିବା ପାଇଁ ମନ ବଳାଇଲେ, ସେମାନଙ୍କ ମନ ମୁତାବକ ପୁଅ ଖୋଜାଯାଇ ବିବାହ କରାଯାଇଛି। ସେମାନଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେଉ ବୋଲି ଏସ୍‌ପି ଅଗ୍ରୱାଲ କହିବା ସହ ସେମାନଙ୍କୁ ସବୁ ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଏଥିସହ ଅନ୍ୟ ମାଓବାଦୀ ଭଉଣୀ ଭାଇମାନେ ହିଂସାର ରାସ୍ତା ଛାଡ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ସରକାରଙ୍କ ଦ୍ୱାରା ଦିଆଯାଉଥିବା ସମସ୍ତ ସୁବିଧାର ଲାଭ ନେବାକୁ ଏସ୍‌ପି ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri