ବିବାହ ଭୋଜିରୁ ବାପାପୁଅଙ୍କୁ ଉଠାଇନେଲା ପୋଲିସ

ଭଟଲି,୨୭। ୩(ଡି.ଏନ.ଏ.): କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଘରୁ ନ ବାହାରିବା ସହିତ କୌଣସି ପ୍ରକାର ଭୋଜି ମହୋତ୍ସବ ନ କରିବା ପାଇଁ କଟକଣା ଜାରି କରାଯାଇଛି । ଏହି କଟକଣାକୁ ନ ମାନିଲେ ଦଣ୍ଡବିଧାନର ବ୍ୟବସ୍ଥା ରହିଛି । ଏହି ପରିପ୍ରେକ୍ଷୀରେ ଜଣେ ଶିକ୍ଷକ ଓ ତାଙ୍କ ବାପା ଅଡ଼ୁଆରେ ପଡିଛନ୍ତି। ଉଭୟଙ୍କୁ ପୋଲିସ ବିବାହ ଭୋଜିରୁ ଉଠାଇନେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି ।
ସୂଚନା ଅନୁଯାୟୀ, ଗୁରୁବାର ବରଗଡ଼ ଜିଲା ଭଟଲି ଥାନା ଅଞ୍ଚଳରେ ଜଣେ ଶିକ୍ଷକଙ୍କ ବିବାହ ଭୋଜିର ଆୟୋଜନ କରାଯାଇଥିଲା। ଖବର ପାଇ ଭଟଲି ପୋଲିସ ଭୋଜିସ୍ଥଳରୁ ବର ଏବଂ ତାଙ୍କ ବାପାଙ୍କୁ ଉଠାଇ ଆଣିଥିଲା । ସାମାଜିକ ଦୂରତା ଉଲ୍ଲଂଘନ ସହିତ କୋରନା କଟକଣା ନ ମାନିବା ଯୋଗୁ ପୋଲିସ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଏ ନେଇ ଭଟଲି ଥାନାରେ ଦଫା ୧୮୮, ୨୬୯, ୨୭୦ରେ ଏକ ମାମଲା(ନଂ. ୫୧/୧୯) ରୁଜୁ ହୋଇଛି । ସୂଚନାଯୋଗ୍ୟ, ଉକ୍ତ ଶିକ୍ଷକଙ୍କ ବୁଧବାର ବିବାହ ସମ୍ପନ୍ନ ହୋଇଥିଲା। ଗୁରୁବାର ଭୋଜି ପାଇଁ ସେ ଅନୁମତି ମାଗିଥିଲେ ମଧ୍ୟ ପୋଲିସ ପ୍ରଶାସନ ମନା କରିଥିଲା। ଏହା ସତ୍ତ୍ୱେ ସେ ନିମନ୍ତ୍ରିତ ଅତିଥିମାନଙ୍କୁ ଗୋଟିଏ ସ୍ଥାନରେ ଠୁଳ କରି ଭୋଜିର ଆୟୋଜନ କରିଥିଲେ । ଖବର ପାଇ ପୋଲିସ ଭୋଜିସ୍ଥଳରେ ଚଢ଼ାଉ କରି ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା । ଟ୍ରେନିଂ ଡିଏସ୍‌ପି ଦିନେଶ କୁମାର ନାୟକ, ସ୍ଥାନୀୟ ତହସିଲଦାର ପ୍ରଶାନ୍ତ କୁମାର ମହାପାତ୍ର, ଭଟଲି ଥାନାଧିକାରୀ ରଞ୍ଜିତ କୁମାର ନାୟକ ପ୍ରମୁଖ ଏହି ଚଢ଼ାଉରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri