ବିଭିନ୍ନ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଶେରଗଡ ବ୍ଲକ ପରିଦର୍ଶନରେ ଆସିଥିଲେ। କରୋନା ପାଇଁ ଶେରଗଡ଼ ବ୍ଲକରେ କରାଯାଇଥିବା ବିଭିନ୍ନ ପ୍ରସ୍ତୁତି ତଦାରଖ କରିବା ସହ ଆଇସୋଲେଶନ କେନ୍ଦ୍ର ବୁଲି ଦେଖିଥିଲେ। ପ୍ରଥମେ ଶେରଗଡ଼ ମହାତ୍ମା ଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଆଇସୋଲେଶନ ଗୃହ ଓ ପରେ ବରମୁଣ୍ଡଳୀ ଉଚ୍ଚ ବିଦ୍ୟାଳୟ, କୁଲାଗଡ଼ ସ୍ବାସ୍ଥ୍ୟକେନ୍ଦ୍ର, କୁଲାଗଡ଼ ମା’ କାଳୀ ଉଚ୍ଚ ବିଦ୍ୟାଳୟରେ କରାଯାଇଥିବା ଆଇସୋଲେଶନ ୱାର୍ଡ଼ ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ର ମାନଙ୍କରେ ପାଣି, ଆଲୁଅ, ପାଇଖାନା,ବେଡ୍‌ ଆଦି ବ୍ୟବସ୍ଥା ତଦାରଖ କରିଥିଲେ। ବ୍ଲକର ସମସ୍ତ ଡାକ୍ତରଖାନା ପ୍ରସ୍ତୁତ ରଖିବାକୁ ବିଡିଓ ସୁରଞ୍ଜନ କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ କୁଲାଙ୍ଗ କୁଲାଗଡ଼ଠାରେ କେରଳରୁ ଗତ ଦୁଇଦିନ ତଳେ ଫେରଥିବା ଶ୍ରମିକଙ୍କୁ ଭେଟି ବିଭିନ୍ନ ପରାମର୍ଶ ଦେଇଥିଲେ। ବିଡିଓ ସାହୁ, ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ାଙ୍କୁ ପ୍ରତିଦିନ ଶ୍ରମିକମାନଙ୍କ ଅସ୍ଥା ବୁଝିବାସହ ତାର ତଥ୍ୟ ପ୍ରଦାନ କରିବାକୁ କହିଥିଲେ। ପରିଦର୍ଶନ ସମୟରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ, ବିଇଓ ଭାସ୍କର ଲେଙ୍କା, ସହକାରୀ ର୍ନିବାହୀ ଯନ୍ତ୍ରୀ ମହିନ୍ଦ୍ର କୁମାର ଷଡ଼ଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri