ବିଭିନ୍ନ ଘଟଣାର ନ୍ୟାୟ ଦାବିରେ ଧାରଣା: ପୋଲିସ ପଦକ୍ଷେପ ନନେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ସିପିଆଇ

ଜୟପୁର,୭ା୬(ନି.ପ୍ର.): ଆତ୍ମହତ୍ୟା, ଗଣ ବଳାତ୍କାର ଓ ହତ୍ୟା, ମାନସିକ ନିର୍ଯାତନା ଘଟଣାରେ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସିପିଆଇ। ଏହି ଦାବିରେ ପ୍ରତୀକ ପୂର୍ବାହ୍ନ ୧୦ଟାରୁ ୧୨ଟା ଯାଏ ଧାରଣା ଦେଇଛି ଜିଲା ସିପିଆଇ। ଜୟପୁର ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ସିପିଆଇ ଧାରଣା ଦେଇଥିଲା। କାର୍ଯ୍ୟାନୁଷ୍ଠାନ ନିଆନଗଲେ ଆଗକୁ ଜିଲାବ୍ୟାପୀ ଆନ୍ଦୋଳନ ହେବ ବୋଲି ଦଳ ଚେତାବନୀ ଦେଇଛି ା ମୁମ୍ବାଇର ଏକ ସରକାରୀ ହସ୍‌ପିଟାଲର ଛାତ୍ରୀ ନିବାସରେ ସଂରକ୍ଷିତ ବର୍ଗର ମହିଳା ଡାକ୍ତର ପାୟଲ ତତଭିଙ୍କ ଆତ୍ମହତ୍ୟା ଘଟଣାର ଏହି ଅବସରରେ ନିନ୍ଦା କରାଯାଇଛି। ସେହିପରି ଉତ୍ତର ପ୍ରଦେଶର ମୁଜାଫର ନଗରରେ ୧୪ ବର୍ଷୀୟା ନାବାଳିକାଙ୍କୁ ଗଣ ବଳାତ୍କାର ପରେ ପୋଡ଼ି ହତ୍ୟା, ସାହାଜାହାନପୁରରେ ୧୬ ବର୍ଷୀୟ ମାନସିକ ଭିନ୍ନକ୍ଷମଙ୍କୁ ନିର୍ଯାତନା ଓ କୋରାପୁଟ ଜିଲା ମାଛକୁଣ୍ଡ ଅଞ୍ଚଳରେ ନାବାଳିକାଙ୍କୁ ୨ ଜଣ ନାବାଳକ ବଳାତ୍କାର କରିବା ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଧାରଣାରେ ସିପିଆଇ ଜିଲା ସମ୍ପାଦକ ଯୁଧିଷ୍ଠିର ରାଉଳ, ପ୍ରମୋଦ ମହାନ୍ତି, ରାମକୃଷ୍ଣ ଦାସ, ବେଣୁମାଧବ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri