ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୫୦ ଜୁଆଡ଼ି ଗିରଫ,୨ ଲକ୍ଷରୁ ଊର୍ଦ୍ଧ୍ୱ ଜବତ

ବ୍ରହ୍ମପୁର ଅଫିସ,୧୪।୧୦: ବ୍ରହ୍ମପୁର ପୋଲିସ ରବିବାର ରାତିରେ ଜିଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉକରି ୫୦ ଜୁଆଡ଼ିଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ୨ଲକ୍ଷ ୧୦ହଜାର ୯ଶହ ୬୦ଟଙ୍କା, ୨୬ଟି ମୋବାଇଲ ଫୋନ୍‌ ଓ ୪ ବାଇକ ଜବତ କରିଛି। ଏ ନେଇ ଅତିରିକ୍ତ ଏସ୍‌ପି ପ୍ରଶାନ୍ତ କୁମାର ମିଶ୍ର ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ବଡ଼ବଜାର ଥାନା ପୋଲିସ ସ୍ଥାନୀୟ ଏକ ଜୁଆ ଆଡ୍ଡାରେ ଚଢ଼ାଉକରି ୧୧ ଜୁଆଡ଼ିଙ୍କୁ ଗିରଫ କରିବା ସହ ୫୬ ହଜାର ୨୦୦ ଟଙ୍କା ଓ ୬ଟି ମୋବାଇଲ ଜବତ କରିଛି। ସେହିପରି ଗୋଷାଣିନୂଆଗାଁ ପୋଲିସ ୨ଟି ଜୁଆଆଡ୍ଡାରେ ଚଢାଉକରି ୨୪ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧ଲକ୍ଷ ୧୨ହଜାର ୨ଶହ ଟଙ୍କା, ୨୦ ମୋବାଇଲ ଓ ୪ଟି ବାଇକ ଜବତ କରିଛି। ବୈଦ୍ୟନାଥପୁର ଥାନା ପୋଲିସ ଏକ ଜୁଆ ଅଡ୍ଡାରେ ଚଢାଉକରି ୧୦ ଜୁଆଡ଼ିଙ୍କୁ ଗିରଫ କରିବା ସହ ୨୧ ହଜାର ୧୭୦ ଟଙ୍କା ଜବତ କରିଛି। ଗୋଳନ୍ଥରା ଥାନା ପୋଲିସ ଗୋଟିଏ ଜୁଆ ଅଡ୍ଡାରେ ଚଢଉକରି ୩ ଜୁଆଡ଼ିଙ୍କୁ ଧରିବା ସହ ୧୬ହଜାର ୪୦୦ଶହ ଟଙ୍କା ଜବତ କରିଛି। ଗୋପାଳପୁର ଥାନା ପୋଲିସ ଗୋଟିଏ ଜୁଆ ଅଡ୍ଡାରେ ଚଢ଼ାଉକରି ୨ ଜୁଆଡ଼ିଙ୍କୁ ଗିରଫ କରିବା ସହ ୪ ହଜାର ୯୯୦ଟଙ୍କା ଜବତ କରିଛି। ଗିରଫ ହୋଇଥିବା ସମସ୍ତ ୫୦ ଜୁଆଡ଼ିଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଥିବା ଅତିରିକ୍ତ ଏସ୍‌ପି ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ଆନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି…

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri