ବିଭିନ୍ନ ଦାବି ନେଇ ଦିଆଯିବ ଧାରଣା

ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ହେଲେ ଏହି ଯୋଡା ଖଣି ଅଞ୍ଚଳ ଆଜି ବି ଅବହେଳିତ ହୋଇରହିଛି। ଯୋଡାବାସୀ ବିଭିନ୍ନ ମୌଳିକ ସୁବିଧା ତଥା ଉପଯୁକ୍ତ ଶିକ୍ଷା, ସ୍ବାସ୍ଥ୍ୟ , ଗମନାଗମନ ସୁବିଧା ପ୍ରଭୃତିରୁ ଏବେ ବି ବଞ୍ଚିତ ହୋଇରହିଛନ୍ତି। ଏହାର ପ୍ରତିବାଦରେ ଯୋଡା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ପୂରଣ ନେଇ ଜୁନ୍‌ ୧ ତାରିଖ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା ଦେବାପାଇଁ ଯୋଡାବାସୀଙ୍କୁ ଆହ୍ବାନ ଦିଆଯାଇଛି। ଏଥିରେ ସହରର ମହିଳା ସଂଗଠନ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବ୍ୟବସାୟିକ ଅନୁଷ୍ଠାନ, ବୁଦ୍ଧିଜୀବୀ, ଯୁବଗୋଷ୍ଠୀ, ଯୋଡା ଟ୍ରକ୍‌ ମାଲିକ ସଂଘ ପ୍ରମୁଖ ସହମତି ପ୍ରଦାନ କରିଛନ୍ତି। ବିଭିନ୍ନ ଦାବି ମଧ୍ୟରେ ଯୋଡା ସହର ମଧ୍ୟ ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ର ରଣାଶାଳ ଘାଟି ଠାରୁ ପଳାଶପଙ୍ଗା ପର୍ଯ୍ୟନ୍ତ ନବୀକରଣ ଏବଂ ପ୍ରଶସ୍ତୀକରଣ କାର୍ଯ୍ୟ ତୁରନ୍ତ ଶେଷ କରିବା, ୫୨୦ନଂ ଜାତୀୟ ରାଜପଥର କାର୍ଯ୍ୟ ତ୍ୱରାନ୍ବିତ କରିବା, ଘନ ଘନ ବିଜୁଳି କାଟ୍‌ର ତୁରନ୍ତ ପ୍ରତିକାର, ଯୋଡା ସହରକୁ ସ୍ବଚ୍ଛ, ପର୍ଯ୍ୟାପ୍ତ ଓ ନିୟମିତ ଜଳ ଯୋଗାଣ ବ୍ୟବସ୍ଥା କରିବା ପ୍ରଭୃତି ଦାବି କରାଯାଇଛି। ଏହି ଦାବି ପୂରଣ ନ ହେଲେ ଏହି ଧାରଣା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଦିଆଯିବ ବୋଲି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଶିରିଶ ଚନ୍ଦ୍ର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?