ବିଭିନ୍ନ ଦାବି ନେଇ ଦିଆଯିବ ଧାରଣା

ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ହେଲେ ଏହି ଯୋଡା ଖଣି ଅଞ୍ଚଳ ଆଜି ବି ଅବହେଳିତ ହୋଇରହିଛି। ଯୋଡାବାସୀ ବିଭିନ୍ନ ମୌଳିକ ସୁବିଧା ତଥା ଉପଯୁକ୍ତ ଶିକ୍ଷା, ସ୍ବାସ୍ଥ୍ୟ , ଗମନାଗମନ ସୁବିଧା ପ୍ରଭୃତିରୁ ଏବେ ବି ବଞ୍ଚିତ ହୋଇରହିଛନ୍ତି। ଏହାର ପ୍ରତିବାଦରେ ଯୋଡା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ପୂରଣ ନେଇ ଜୁନ୍‌ ୧ ତାରିଖ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା ଦେବାପାଇଁ ଯୋଡାବାସୀଙ୍କୁ ଆହ୍ବାନ ଦିଆଯାଇଛି। ଏଥିରେ ସହରର ମହିଳା ସଂଗଠନ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବ୍ୟବସାୟିକ ଅନୁଷ୍ଠାନ, ବୁଦ୍ଧିଜୀବୀ, ଯୁବଗୋଷ୍ଠୀ, ଯୋଡା ଟ୍ରକ୍‌ ମାଲିକ ସଂଘ ପ୍ରମୁଖ ସହମତି ପ୍ରଦାନ କରିଛନ୍ତି। ବିଭିନ୍ନ ଦାବି ମଧ୍ୟରେ ଯୋଡା ସହର ମଧ୍ୟ ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ର ରଣାଶାଳ ଘାଟି ଠାରୁ ପଳାଶପଙ୍ଗା ପର୍ଯ୍ୟନ୍ତ ନବୀକରଣ ଏବଂ ପ୍ରଶସ୍ତୀକରଣ କାର୍ଯ୍ୟ ତୁରନ୍ତ ଶେଷ କରିବା, ୫୨୦ନଂ ଜାତୀୟ ରାଜପଥର କାର୍ଯ୍ୟ ତ୍ୱରାନ୍ବିତ କରିବା, ଘନ ଘନ ବିଜୁଳି କାଟ୍‌ର ତୁରନ୍ତ ପ୍ରତିକାର, ଯୋଡା ସହରକୁ ସ୍ବଚ୍ଛ, ପର୍ଯ୍ୟାପ୍ତ ଓ ନିୟମିତ ଜଳ ଯୋଗାଣ ବ୍ୟବସ୍ଥା କରିବା ପ୍ରଭୃତି ଦାବି କରାଯାଇଛି। ଏହି ଦାବି ପୂରଣ ନ ହେଲେ ଏହି ଧାରଣା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଦିଆଯିବ ବୋଲି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଶିରିଶ ଚନ୍ଦ୍ର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri