ବିଭିନ୍ନ ଦାବି ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୧୬।୧୨(ସ୍ବ.ପ୍ର.): କାଳିଆ ଯୋଜନାରେ ଚାଷୀଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଦେବାକୁ ସରକାର ପ୍ରତିଶ୍ରୁତି ଦେଇଥିଲେ। ଏବେ ଚାଷୀଙ୍କୁ ଭଣ୍ଡାଇ ୬ହଜାର ଟଙ୍କା କରିଛନ୍ତି। ଏହାର ପ୍ରତିବାଦରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ନାମରେ ଏତଲା ଦିଆଯାଇଥିଲା। ଚାଷୀମାନଙ୍କ ସହ ଠକେଇ ଏବଂ ବିଶ୍ୱାସଘାତକତା କରାଯାଇଥିବାରୁ ଆଇପିସି ଧାରା ୪୧୫/ ୪୨୦/୪୦୯/୪୦୬/ ଧାରାରେ ମାମଲା ରୁଜୁକରି ଗିରଫ କରିବାକୁ ଦାବି ହୋଇଛି। ସରକାର ଚାଷୀ ବଞ୍ଚିଲେ ଦେଶ ବଞ୍ଚିବ, ଚାଷୀ ହସିଲେ ଦେଶ ହସିବ ସ୍ଲୋଗାନ ଦେଇଥିଲେ। କିନ୍ତୁ ଚାଷୀମାନଙ୍କୁ ଉଚିତ ମୂଲ୍ୟ ମିଳୁନାହିଁ କିମ୍ବା ସହାୟତା ମିଳୁନାହିଁ। ଏପରିକି କାଳିଆ ଯୋଜନାରେ ବହୁ ଚାଷୀଙ୍କୁ ସହାୟତା ରାଶି ମିଳୁ ନ ଥିବା ଅଭିଯୋଗ କରିଛନ୍ତି। ଆଇନଗତ ବିଜ୍ଞପ୍ତି ପ୍ରକାଶକରି ମଧ୍ୟ ଚାଷୀଙ୍କୁ ୧୦ ହଜାର ଟଙ୍କା ଦେଲେ ନାହିଁ। ଏନେଇ ୭୩୫ କୋଟି ଟଙ୍କା ଆପତ୍‌କାଳୀନ ପାଣ୍ଠିରୁ ଉଠାଇଲେ। ଏଥିପାଇଁ ଅସାମ୍ବିଧାନିକ ଭାବରେ ଟଙ୍କା ଆପତ୍‌କାଳୀନ ପାଣ୍ଠିରୁ ଟଙ୍କା ଉଠାଯାଇଛି। ଏବେ ରାଜ୍ୟ ସରକାର ୬ ହଜାର ଟଙ୍କା ଓ କେନ୍ଦ୍ର ୪ ହଜାର ଟଙ୍କା ମିଶାଇ ୧୦ ହଜାର ଟଙ୍କା ଦେବାକୁ ଘୋଷଣା କରାଯାଉଛି। ଏଣୁ ଚାଷୀଙ୍କୁ ଠକେଇ କରାଯାଇଥିବାରୁ ଆଇନଗତ ଭାବରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ଠକେଇ ଓ ବିଶ୍ୱାସଘାତକତା ମାମଲା ରୁଜୁ କରିବା ସହ ଗିରଫ କରିବାକୁ ଦାବି କରୁଛୁ ବୋଲି ସଂଗଠନର ରାଜ୍ୟ ମୁଖ୍ୟ ଅକ୍ଷୟ କୁମାର କହିଛନ୍ତି । ଯଦି କେସ୍‌ ରୁଜୁ କରା ନ ଯାଏ ତେବେ ଜନସ୍ବାର୍ଥ ମାମଲା ରୁଜୁ କରାଯିବ । ରାଜ୍ୟର ସମସ୍ତ ଜିଲା ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏତଲା ଦିଆଯାଇଥିବା ଅକ୍ଷୟ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲା ସଂଯୋଜକ ଲକ୍ଷ୍ମୀଧର ପ୍ରଧାନ ତଥା ଅନ୍ୟ ରାଜ୍ୟ ଓ ଜିଲାର କୃଷକ ନେତା ଓ ଚାଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri