ବିଭିନ୍ନ ବିଦ୍ୟାଳୟର ପରୀକ୍ଷା ଫଳ

ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୮

ବିଦ୍ୟାଳୟର ମୋଟ ୧୮୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଏ୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ୧୪ଜଣ ଏ୨, ୮ଜଣ ବି୧, ୨୭ଜଣ ବି୨, ୩୮ଜଣ ସି, ୩୭ଜଣ ଡି, ୩୮ଜଣ ଇ ଓ ୨୧ଜଣ ଏଫ୍‌ ଗ୍ରେଡ୍‌ ହାସଲ କରିଛନ୍ତି।
କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍‌-୩
କ୍ୟାପିଟାଲ ହାଇସ୍କୁଲରେ ଚଳିତବର୍ଷ ମୋଟ ୨୭୮ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣ ଏ୧, ୧୦ଜଣ ଏ୨, ୨୨ଜଣ ବି୧, ୩୫ଜଣ ବି୨, ୪୫ଜଣ ସି, ୭୭ଜଣ ଡି, ୫୩ଜଣ ଇ ଓ ୩୪ଜଣ ଏଫ୍‌ ଗ୍ରେଡ୍‌ ରଖିଛନ୍ତି।
ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୧
ୟୁନିଟ୍‌-୧ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ଚଳିତବର୍ଷ ୨୧୮ଜଣ ପରୀକ୍ଷା ଦେଇଥିଲେ। ଜଣେ ମାତ୍ର ଛାତ୍ର ଏ୧ ଗ୍ରେଡ୍‌ ପାଇଛନ୍ତି। ୬ଜଣ ଏ୨ ପାଇଥିବା ବେଳେ ୭ଜଣ ବି୧, ୧୩ଜଣ ବି୨, ୩୦ଜଣ ସି, ୬୩ଜଣ ଡି ଓ ୪୫ଜଣ ଇ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଠାରେ ୫୩ଜଣ ଏଫ୍‌ ଗ୍ରେଡ୍‌ ରଖିଛନ୍ତି।
ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୯
ଚଳିତବର୍ଷ ଏଠାରେ ୧୨୯ଜଣ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ଜଣ ଏ୧ ଗ୍ରେଡ୍‌ ରଖିଛନ୍ତି। ସେହିଭଳି ୫ଜଣ ଏ୨, ୧୪ଜଣ ବି୧, ୧୧ଜଣ ବି୨, ୨୪ଜଣ ସି, ୨୮ଜଣ ଡି ଓ ୨୦ଜଣ ଇ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଠାରେ ୨୫ଜଣ ଛାତ୍ରୀ ଏଫ୍‌ ଗ୍ରେଡ୍‌ ରଖିଛନ୍ତି।
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ୟୁନିଟ୍‌-୩
ବିଦ୍ୟାଳୟରେ ମୋଟ ୧୧୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ପରୀକ୍ଷା ଫଳ ଶତ ପ୍ରତିଶତ ହୋଇଛି। ସେମାନଙ୍କ ମଧ୍ୟରୁ ୪ଜଣ ଏ୧ ଗ୍ରେଡ୍‌ ପାଇଥିବା ବେଳେ ୨୨ଜଣ ଏ୨, ୩୭ଜଣ ବି୧, ୩୩ଜଣ ବି୨, ୧୩ଜଣ ସି ଓ ୭ଜଣ ଡି ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ର ଆୟୁଷ୍ମାନ ମହାନ୍ତି ୯୨.୬୭% ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।
ବିବେକାନନ୍ଦ ଶିକ୍ଷାକେନ୍ଦ୍ର
ପୁରୁଣା ଭୁବନେଶ୍ୱର କେଦାର ଲେନ୍‌ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ସମସ୍ତ ଛାତ୍ରୀଛାତ୍ର ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ପିଲାମାନଙ୍କ ମଧ୍ୟରେ ୩ଜଣ ଏ୧ ଗ୍ରେଡ୍‌ ରଖି ପାସ୍‌ ହୋଇଛନ୍ତି। ସୁରଭି ପ୍ରିୟଦର୍ଶିନୀ, ତନ୍ମୟ ରଞ୍ଜନ ନାୟକ ଓ ସାଇରାମ ପ୍ରିୟଦର୍ଶିନୀ ପଣ୍ଡା ଏ୧ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି।
କିସ୍‌
ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌)ର ଛାତ୍ରୀଛାତ୍ର ବାଜିମାତ କରିଥିବା ବେଳେ ୩୦୦ ଛାତ୍ରୀଛାତ୍ର ୬୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଠାରେ ପାସ୍‌ହାର ୯୫ପ୍ରତିଶତ ରହିଛି। ଚଳିତବର୍ଷ କିସ୍‌ର ମୋଟ ୧,୬୭୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସାକିଲା ମାଝି ସର୍ବାଧିକ ୯୩% ନମ୍ବର ରଖି ସ୍କୁଲ ଟପ୍ପର ହୋଇଛନ୍ତି। ଏ ବର୍ଷ ଡିଡାଇ, ଜୁଆଙ୍ଗ, ଖଡ଼ିଆ, ଲୋଧା, ଲାଞ୍ଜିଆ ସଉରା ଓ ବଣ୍ଡା ଆଦି ଆଦିମ ଜନଜାତିର ୧୬୪ଜଣ ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି।
ଦେବରାଜ ବିଦ୍ୟାପୀଠ, ବମିଖାଲ
ଏହି ସ୍କୁଲରେ ଚଳିତବର୍ଷ ୭୬ଜଣ ପିଲା ମାଟ୍ରିକ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣ ଏ୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ୭ଜଣ ଏ୨, ୬ଜଣ ବି୧, ୭ଜଣ ବି୨, ୧୬ଜଣ ସି, ୨୧ଜଣ ଡି, ୫ଜଣ ଇ ଓ ୧୨ଜଣ ଏଫ୍‌ ଗ୍ରେଡ୍‌ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?