ବିଭିନ୍ନ ଯୋଜନାର ଅଗ୍ରଗତି ସମୀକ୍ଷା: ଶୌଚାଳୟ, ଆବାସ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଦିଗପହଣ୍ଡି,୧୮ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ୨୫ ପଞ୍ଚାୟତ ଅଧୀନ ଗାଁ ଗୁଡ଼ିକରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା ବୈଠକ ଶନିବାର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବିଡିଓ ହଳଧର ଶବରଙ୍କ ସଂଯୋଜନାରେ ଆୟୋଜିତ ଏହି ସମୀକ୍ଷା ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଯୋଗଦେଇ ପଞ୍ଚାୟତୱାରୀ ସମୀକ୍ଷା କରିଥିଲେ। ବ୍ଲକ ସହକାରୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଲେଙ୍କା, ଗ୍ରାମପଞ୍ଚାୟତ ଅଧିକାରୀ ରମାକାନ୍ତ ଚୌଧୁରୀ, ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଇଂ. ଜ୍ୟୋତି ପ୍ରକାଶ ଛୋଟରାୟ, ଇଂ. ସମୀର ପଟ୍ଟନାୟକ, ଡିଇଓ ନୀଳାଞ୍ଚଳ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏମ୍‌ଜିଏନ୍‌ଆରଇଜିଏସ ସମେତ ବର୍ଷା ହୋଇଯାଇଥିବାରୁ ରୁରାଲ ହାଉସିଂ (ଗ୍ରାମାଞ୍ଚଳ ଆବାସ ଯୋଜନାରେ ବାସଗୃହ ନିର୍ମାଣ) ଓ ସୁସ୍ଥ ଓଡ଼ିଶା ସ୍ବଚ୍ଛ ଓଡ଼ିଶା ଯୋଜନାରେ ପ୍ରତ୍ୟେକ ଘରେ ଶୌଚାଳୟ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ପ୍ରକଳ୍ପ ନିର୍ଦ୍ଦେଶକ ଉପସ୍ଥିତ କ୍ଷେତ୍ର କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ପ୍ରତ୍ୟେକ ବିଦ୍ୟାଳୟ ପରିସରରେ ବହୁ ସଂଖ୍ୟକ ଚାରାରୋପଣ ପାଇଁ ପ୍ରୋତ୍ସାହିତ କରିବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟରେ ପାନୀୟ ଜଳ ପ୍ରକଳ୍ପ ତୁରନ୍ତ କାର୍ଯ୍ୟକ୍ଷମ ପାଇଁ ଯନତ୍ବାନ ହେବାକୁ ଗୁରୁତ୍ୱାରୋପ କରିଥିଲେ । ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲେ ମଧ୍ୟ ବହୁ ହିତାଧିକାରୀ ନିର୍ମାଣ କାର୍ଯ୍ୟରେ ଆଦୌ ସହଯୋଗ କରୁନଥିବା ବୈଠକରେ ଉପସ୍ଥିତ କ୍ଷେତ୍ର କର୍ମଚାରୀମାନେ ଅଭିଯୋଗ କରିଥିଲେ । ଯେଉଁ ହିତାଧିକାରୀ ସରକାରୀ ସହାୟତା ରାଶି ବ୍ୟାଙ୍କ ଜମାଖାତାରୁ ଉଠାଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଗୃହ ନିର୍ମାଣ କାର୍ଯ୍ୟ ସାରୁନାହାନ୍ତି, ରାଜ୍ୟ ପଞ୍ଚାୟତରାଜ ବିଭାଗ ନିର୍ଦ୍ଦେଶ ମୁତାବକ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ସମ୍ପୃକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଖିଲାପି ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରିବା ପାଇଁ ସେ ବୈଠକରେ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସୁପରିଚାଳନା ନିମନ୍ତେ ବିସ୍ତୃତ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି । ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ବିଡିଓ ଉପସ୍ଥିତ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ । ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମପଞ୍ଚାୟତ ବୈଷୟିକ ସହାୟକ, ଗ୍ରାମ ରୋଜଗାର ସେବକ, କନିଷ୍ଠ ଯନ୍ତ୍ରୀବୃନ୍ଦ ବୈଠକରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri