ବିଭିନ୍ନ ଯୋଜନାର ଅଗ୍ରଗତି ସମୀକ୍ଷା: ଶୌଚାଳୟ, ଆବାସ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଦିଗପହଣ୍ଡି,୧୮ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ୨୫ ପଞ୍ଚାୟତ ଅଧୀନ ଗାଁ ଗୁଡ଼ିକରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା ବୈଠକ ଶନିବାର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବିଡିଓ ହଳଧର ଶବରଙ୍କ ସଂଯୋଜନାରେ ଆୟୋଜିତ ଏହି ସମୀକ୍ଷା ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଯୋଗଦେଇ ପଞ୍ଚାୟତୱାରୀ ସମୀକ୍ଷା କରିଥିଲେ। ବ୍ଲକ ସହକାରୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଲେଙ୍କା, ଗ୍ରାମପଞ୍ଚାୟତ ଅଧିକାରୀ ରମାକାନ୍ତ ଚୌଧୁରୀ, ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଇଂ. ଜ୍ୟୋତି ପ୍ରକାଶ ଛୋଟରାୟ, ଇଂ. ସମୀର ପଟ୍ଟନାୟକ, ଡିଇଓ ନୀଳାଞ୍ଚଳ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏମ୍‌ଜିଏନ୍‌ଆରଇଜିଏସ ସମେତ ବର୍ଷା ହୋଇଯାଇଥିବାରୁ ରୁରାଲ ହାଉସିଂ (ଗ୍ରାମାଞ୍ଚଳ ଆବାସ ଯୋଜନାରେ ବାସଗୃହ ନିର୍ମାଣ) ଓ ସୁସ୍ଥ ଓଡ଼ିଶା ସ୍ବଚ୍ଛ ଓଡ଼ିଶା ଯୋଜନାରେ ପ୍ରତ୍ୟେକ ଘରେ ଶୌଚାଳୟ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ପ୍ରକଳ୍ପ ନିର୍ଦ୍ଦେଶକ ଉପସ୍ଥିତ କ୍ଷେତ୍ର କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ପ୍ରତ୍ୟେକ ବିଦ୍ୟାଳୟ ପରିସରରେ ବହୁ ସଂଖ୍ୟକ ଚାରାରୋପଣ ପାଇଁ ପ୍ରୋତ୍ସାହିତ କରିବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟରେ ପାନୀୟ ଜଳ ପ୍ରକଳ୍ପ ତୁରନ୍ତ କାର୍ଯ୍ୟକ୍ଷମ ପାଇଁ ଯନତ୍ବାନ ହେବାକୁ ଗୁରୁତ୍ୱାରୋପ କରିଥିଲେ । ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲେ ମଧ୍ୟ ବହୁ ହିତାଧିକାରୀ ନିର୍ମାଣ କାର୍ଯ୍ୟରେ ଆଦୌ ସହଯୋଗ କରୁନଥିବା ବୈଠକରେ ଉପସ୍ଥିତ କ୍ଷେତ୍ର କର୍ମଚାରୀମାନେ ଅଭିଯୋଗ କରିଥିଲେ । ଯେଉଁ ହିତାଧିକାରୀ ସରକାରୀ ସହାୟତା ରାଶି ବ୍ୟାଙ୍କ ଜମାଖାତାରୁ ଉଠାଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଗୃହ ନିର୍ମାଣ କାର୍ଯ୍ୟ ସାରୁନାହାନ୍ତି, ରାଜ୍ୟ ପଞ୍ଚାୟତରାଜ ବିଭାଗ ନିର୍ଦ୍ଦେଶ ମୁତାବକ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ସମ୍ପୃକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଖିଲାପି ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରିବା ପାଇଁ ସେ ବୈଠକରେ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସୁପରିଚାଳନା ନିମନ୍ତେ ବିସ୍ତୃତ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି । ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ବିଡିଓ ଉପସ୍ଥିତ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ । ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମପଞ୍ଚାୟତ ବୈଷୟିକ ସହାୟକ, ଗ୍ରାମ ରୋଜଗାର ସେବକ, କନିଷ୍ଠ ଯନ୍ତ୍ରୀବୃନ୍ଦ ବୈଠକରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri