ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ବିରୋଧୀ ଦଳ ନେତା

ଭବାନୀପାଟଣା,୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲ୍‌କୀ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ଭବାନୀପାଟଣା ବିଧାୟକ ତଥା ରାଜ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରି ଦାବି ଜଣାଇଛନ୍ତି। ଅଞ୍ଚଳର ସେଁପୁରରୁ-ଟିଟିଲାଗଡ଼ ଜାତୀୟ ରାଜପଥ ନିର୍ମାଣ, ମାଦିଗୁଡ଼ା ଭାଦୁରପଦର ଘାଟ ତେଲ ନଦୀ ଉପରେ ସେତୁ ନିର୍ମାଣ, ମସିଗାଁଠାରେ ପ୍ରସ୍ତାବିତ ଉଦନ୍ତୀ ନଦୀରେ ବ୍ୟାରେଜ ନିର୍ମାଣ ନେଇ ସେ ତାଙ୍କ ଦାବି ଉପସ୍ଥାପନ କରିଥିଲେ। ଏହାଛଡା ବୋର୍ଡାରେ ନୂତନ ବ୍ଲକ କାର୍ଯ୍ୟାଳୟ ଓ ଅତିରିକ୍ତ ତହସିଲ କାର୍ଯ୍ୟାଳୟ ସ୍ଥାପନ, ପିଆଜ ଶୀତଳଭଣ୍ଡାର ନିର୍ମାଣ କରିବା ପାଇଁ ପ୍ରଧାନଙ୍କ ସହ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ, ଜଳସମ୍ପଦ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍‌, କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଓ କେନ୍ଦ୍ର ରାଷ୍ଟ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କୁ ସାକ୍ଷାତ କରି ଜଣାଇଛନ୍ତି। ସାକ୍ଷାତ ସମୟରେ ବୋର୍ଡା ଜିଲା ପରିଷଦ ସଭ୍ୟ ପ୍ରତିନିଧି ବିଭୀଷଣ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri