ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା

ବାଲେଶ୍ୱର ଅଫିସ/ସଜନାଗଡ଼,୧୫।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ଶ୍ରୀରାମ ସେନା ପକ୍ଷରୁ ବୁଧବାର ସନ୍ଧ୍ୟା ୬ଟା ସମୟରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥିଲା। ଗାନ୍ଧୀ ସ୍ମୃତି ଭବନଠାରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଶତାଧିକ ଯୁବକ ହାତରେ ତ୍ରିରଙ୍ଗା ପତାକା ଧରି ‘ଭାରତ ମାତା କି ଜୟ’ ନାରା ଦେଇ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ସମଗ୍ର ଦେଶରେ ଶାନ୍ତି, ମୈତ୍ରୀ, ଏକତା ବଜାୟ ରଖିବା ଉଦ୍ଦେଶ୍ୟରେ ଆୟୋଜିତ ଏହି ତ୍ରିରଙ୍ଗା ଯାତ୍ରା ଅବସରରେ ଦୀର୍ଘ ୭୦ ବର୍ଷ ପରେ ଜମ୍ମୁ-କଶ୍ମୀର ପ୍ରସଙ୍ଗ ନେଇ ୩୭୦ ଧାରା ଉଚ୍ଛେଦ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। ଚିତ୍ତରଞ୍ଜନ ପଣ୍ଡା, ରାଜେଶ ମହାପାତ୍ର ଏହି ଯାତ୍ରାର ନେତୃତ୍ୱ ନେଇଥିଲେ।
ଅନୁରୂପ ଭାବେ ନୀଳଗିରିରେ ସ୍ବର୍ଣ୍ଣଚୁଡ ମଣ୍ଡଳ ଯୁବ ସଂଘ ପକ୍ଷରୁ ବୁଧବାର ତ୍ରିରଙ୍ଗା ଯାତ୍ରା ମିତ୍ରପୁର ରାମମନ୍ଦିରଠାରୁ ଆରମ୍ଭ ହୋଇ ନୀଳଗିରି ବଜାର ପରିକ୍ରମା କରିଥିଲା। ଶୋଭାଯାତ୍ରା ମିତ୍ରପୁର ଜଗନ୍ନାଥ ମନ୍ଦିରଠାରେ ପହଞ୍ଚିବା ପରେ ଉଦ୍‌ଯାପିତ ହୋଇଥିଲା। ସେହିପରି ଉପକଣ୍ଠ ମିରିଗିଣୀଠାରେ ମହାଲକ୍ଷ୍ମୀ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସ୍ବାଧୀନତା ଦିବସ ପାଳନ ଅବ୍ୟବହିତ ପୂର୍ବରୁ ୧୬୦ ଫୁଟ୍‌ ଲମ୍ବର ତ୍ରିରଙ୍ଗା ପତାକା ଧରି ପଦଯାତ୍ରାରେ ସହର ପରିକ୍ରମା କରିଥିଲେ। ଏଥିରେ ପାଖାପାଖି ୨୦୦ ଛାତ୍ରୀଛାତ୍ର ଯୋଗ ଦେଇଥିଲେ। କଲେଜର ଅଧ୍ୟକ୍ଷ ଅସିତ୍‌ କୁମାର ସାହୁ, ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ଅଧ୍ୟାପିକା ଜୟସ୍ମିତା ମହାନ୍ତ, ଅସିତ୍‌ କୁମାର ଦାସ, ଟ୍ରଷ୍ଟ ବୋର୍ଡ଼ର ଚେୟାରମ୍ୟାନ ଲକ୍ଷ୍ମୀଧର ସ୍ବାଇଁ ପ୍ରମୁଖ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ଥିଲେ। ବୁଧବାର ସନ୍ଧ୍ୟାରେ ଏକ ମଶାଲ ଶୋଭାଯାତ୍ରା ନୀଳଗିରି ଜଗନ୍ନାଥ ମନ୍ଦିରରୁ ଆରମ୍ଭ ହୋଇ ବଡ଼ଦାଣ୍ଡ ପରିକ୍ରମା କରି ଦୁର୍ଗାମଣ୍ଡପଠାରେ


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri