ଚୌଦ୍ୱାର,୨୧ା୪(ଡି.ଏନ୍.ଏ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପୌରପାଳିକ ଗୁଡିକୁ ସାନିଟାଇଜ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଚୌଦ୍ୱାର ପୌରପାଳିକା ତରଫରୁ ସାନିଟାଇଜ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଚୌଦ୍ୱାରସ୍ଥିତ ଅଗ୍ନିଶମ ବିଭାଗ ସହାୟତାରେ ବିଭିନ୍ନ ୱାର୍ଡକୁ ବିଶୋଧନ କରାଯାଇଥିଲା। ହେଲେ ଅଗ୍ନିଶମ ବିଭାଗର ଗାଡି ୧୯ଟି ୱାର୍ଡରେ ଥିବା ଗଳିକନ୍ଦିରେ ପସି ନ ପାରି କେବଳ ମୁଖ୍ୟ ରାସ୍ତା ଉପରେ ବିଶୋଧନ କାର୍ଯ୍ୟ କରିଥିଲା। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହାକୁ ନଜରରେ ରଖି ଖବରଦାତା ଅଜିତ୍ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଆଶୁତୋଷ ଦାସ, ସୁଧାକର ସାମନ୍ତରାୟ, ପ୍ରକାଶ କୁମାର ନାୟକ, ଲକ୍ଷ୍ମୀଧର ଦାସ, ସୌରେନ୍ଦ୍ର ପଣ୍ଡା, ଜୟ ପ୍ରଦୀପ ଦାସ, ଯୁବନେତା ବିମଲ କୁମାର ପରିଡା ପ୍ରମୁଖ ପୌରପାଳିକାର ବିଭିନ୍ନ ୱାର୍ଡରେ ଥିବା ମନ୍ଦିର, କ୍ଲବ ଘର, କୋଠ ଘର, ଦୋକାନ ଗୃହ ସହିତ ଗଳିକନ୍ଦିରେ ଥିବା ବାସଗୃହ ଆଦିକୁ ସାଇଟାଇଜ କରିବା କାର୍ଯ୍ୟ ଜାରି ରଖିଛନ୍ତି।
Posted inଆମ ଜିଲା ଖବର, କଟକ View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
Archives

