ବିଭୁ ରାଉତରାୟ ହାଇକୋର୍ଟ ବିଚାରପତି ନିଯୁକ୍ତ: ଆଜି ନେବେ ଶପଥ

କଟକ ଅଫିସ, ୮-୧୧:ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ବ୍ରହ୍ମପୁର ଜିଲା ଦୌରାଜଜ୍‌ ଥିବା ବିଭୁ ପ୍ରସାଦ ରାଉତରାୟ ଶୁକ୍ରବାର ଶପଥ ଗ୍ରହଣ କରିବେ। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ତାଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶୁକ୍ରବାର ଅପରାହ୍ନ ୨ଟାରେ ହାଇକୋର୍ଟ ପୁରୁଣା ବିଲ୍ଡିଂର ନୂତନ ସମ୍ମିଳନୀ କକ୍ଷରେ ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ସୂଚନା ମିଳିଛି। ଗତ ଅକ୍ଟୋବର ୩ରେ ସୁପ୍ରିମ୍‌କୋର୍ଟ କଲେଜିୟମ୍‌ ବିଭୁ ପ୍ରସାଦ ରାଉତରାୟ ଏବଂ ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ନାମ ଓଡିଶା ହାଇକୋର୍ଟ ଜଜ୍‌ ଭାବେ ସୁପାରିସ କରିଥିଲେ। ଉଭୟଙ୍କ ନାମକୁ କଲେଜିୟମ୍‌ କେନ୍ଦ୍ର ସରକାରଙ୍କ ଅନୁମୋଦନ ନିମନ୍ତେ ପଠାଯାଇଥିଲା। ମାତ୍ର କେନ୍ଦ୍ର ସରକାର ବିଭୁପ୍ରସାଦଙ୍କ ନାମକୁ ଅନୁମୋଦନ କରିଛନ୍ତି। ବିଭୁପ୍ରସାଦଙ୍କ ନିଯୁକ୍ତି ଫଳରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୫ରେ ପହଞ୍ଚତ୍ବ। ତେବେ ଆସନ୍ତା ୧୨ରେ ବିଚାରପତି ଡ. ଅକ୍ଷୟ ରଥ ଅବସର ନେବେ। ସେତେବେଳେ ପୁନର୍ବାର ବିଚାରପତିଙ୍କ ସଂଖ୍ୟା ୧୪ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri